ବାଲେଶ୍ୱରରେ ଏକୀକୃତ ପେନସନ୍ ପରିଚାଳନା ପୋର୍ଟାଲ୍ ର ଶୁଭାରମ୍ଭ

ବାଲେଶ୍ବର(ସରୋଜ ପଣ୍ଡା): ରାଜ୍ୟର ପେନସନ୍ ବ୍ୟବସ୍ଥାକୁ ଅଧିକ ସରଳ, ସ୍ୱଚ୍ଛ ଓ ସୁବ୍ୟବସ୍ଥିତ କରିବା ଲକ୍ଷ୍ୟରେ ମଙ୍ଗଳବାର ବାଲେଶ୍ୱରଠାରେ ଏକ ରାଜ୍ୟସ୍ତରୀୟ ସମାରୋହରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏକୀକୃତ ପେନସନ୍ ପରିଚାଳନା ପୋର୍ଟାଲ୍ ର ଶୁଭାରମ୍ଭ କରିଛନ୍ତି। ଏହି ଅବସରରେ ରାଜ୍ୟରେ ନୂତନ ଭାବେ ୫ ଲକ୍ଷ ୫ ହଜାର ୮୧୭ ଜଣ ପେନସନ୍ ହିତାଧିକାରୀଙ୍କୁ ଯୋଡ଼ାଯାଇଛି। ପୋର୍ଟାଲ୍‌ର ଶୁଭାରମ୍ଭ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଏଣିକି ବାର୍ଦ୍ଧକ୍ୟ ଭତ୍ତା ପାଇଁ ଯୋଗ୍ୟ ବରିଷ୍ଠ ନାଗରିକମାନଙ୍କୁ ଆଉ ଅଯଥା ବିଳମ୍ବ କିମ୍ବା ଅପେକ୍ଷା କରିବାକୁ ପଡ଼ିବ ନାହିଁ। ଯେକୌଣସି ସ୍ଥାନରୁ ଅନଲାଇନ୍ ମାଧ୍ୟମରେ ଏହି ପୋର୍ଟାଲ୍‌ରେ ଆବେଦନ କରିହେବ। ବାର୍ଦ୍ଧକ୍ୟ ଭତ୍ତା ପାଇଁ ଆଉ କୌଣସି କୋଟା କିମ୍ବା ଅପେକ୍ଷା ତାଲିକା ରହିବ ନାହିଁ। ସମସ୍ତ ଯୋଗ୍ୟ ବ୍ୟକ୍ତିଙ୍କୁ ପେନସନ୍ ସୁବିଧା ଯୋଗାଇ ଦିଆଯିବ ବୋଲି ସେ କହିଥିଲେ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ବାଲେଶ୍ୱର ଜିଲ୍ଲାରେ ପ୍ରାୟ ୩୫୬ କୋଟି ଟଙ୍କା ବ୍ୟୟ ଅଟକଳରେ ୮୫ଟି ବିକାଶମୂଳକ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରିଥିଲେ। ଏଥିସହ ପେନସନ୍ ଯୋଜନା ସମ୍ପର୍କରେ ବରିଷ୍ଠ ନାଗରିକମାନଙ୍କୁ ସଚେତନ କରିବା ନିମନ୍ତେ ସଚେତନତା ରଥର ଶୁଭାରମ୍ଭ କରିଥିଲେ। ଏହି କାର୍ଯ୍ୟକ୍ରମରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା, ଏସ୍‌ଏସ୍‌ଇପିଡି ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ,o ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ, ବୟନଶିଳ୍ପ ମନ୍ତ୍ରୀ ପ୍ରଦୀପ ବଳସାମନ୍ତ, ବାଲେଶ୍ୱର ସାଂସଦ ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀଙ୍କ ସମେତ ବାଲେଶ୍ୱର, ମୟୂରଭଞ୍ଜ ଓ କେନ୍ଦୁଝର ଜିଲ୍ଲାର ବିଧାୟକମାନେ ଯୋଗ ଦେଇଥିଲେ। ଜିଲ୍ଲାପାଳ ସୂର୍ଯ୍ୟବଂଶୀ ମୟୂର ବିକାଶ କାର୍ଯ୍ୟକ୍ରମର ସମନ୍ୱୟ ଓ ପରିଚାଳନା କରିଥିଲେ।
Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ