ଆଇନ ମନ୍ତ୍ରୀ ଦେଲେ ସୂଚନା: ନଭେମ୍ବର ଶେଷରେ ଓଡ଼ିଶା ଆସିପାରନ୍ତି ରାଷ୍ଟ୍ରପତି

ଭୁବନେଶ୍ୱର (ସମୀର ରଞ୍ଜନ ନାୟକ ):ଓଡ଼ିଶା ବିଧାନସଭାକୁ ସମ୍ବୋଧନ କରିପାରନ୍ତି ରାଷ୍ଟ୍ରପତି ଦୌଦଦୀ ମୁର୍ମୁ । ଓଡ଼ିଶା ବିଧାନସଭାର ଆଗାମୀ ଶୀତ ଅଧିବେଶନକୁ ସମ୍ବୋଧନ କରିପାରନ୍ତି ମହାମହିମ । ଏନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ପ୍ରସ୍ତାବ ଦିଆଯାଇଥିଲା । ପୁରା କାର୍ଯ୍ୟକ୍ରମ ଆସିନି, ଆସିବାର ସମ୍ଭାବନା ଅଛି ବୋଲି ଆଇନମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ସୂଚନା ଦେଇଛନ୍ତି ।ନୂଆପଡ଼ା ଉପ ନିର୍ବାଚନ ପରେ ବିଧାନସଭାର ଶୀତ ଅଧିବେଶନ ବସିବ ବୋଲି ସୂଚନା ମିଳିଛି । ଗୁରୁତ୍ୱପୂର୍ଣ୍ଣ କଥା ହେଲା, ଏଥର ବିଧାନସଭାର ଶୀତ ଅଧିବେଶନକୁ ସମ୍ବୋଧିତ କରିପାରନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଓଡ଼ିଶା ଗସ୍ତରେ ଆସିବାର ଅଛି, ଆଉ ଏହି ଗସ୍ତରେ ରାଷ୍ଟ୍ରପତି ରାଜ୍ୟ ବିଧାନସଭାକୁ ସମ୍ବୋଧିତ କରିପାରନ୍ତି। ତେବେ ଏନେଇ କୌଣସି ପ୍ରକାର ବିଧିବଦ୍ଧ ଘୋଷଣା କରାଯାଇନି।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ