ପଞ୍ଚାୟତ ସମିତି କାର୍ଯ୍ୟାଳୟରେ ମିଳିତ ଜନଶୁଣାଣୀ
ବୁଗୁଡା, (ଅନୀଲ କୁମାର ମହାରଣା) : ବୁଗୁଡା ବ୍ଲକ ସ୍ତରୀୟ ମିଳିତ ଜନଶୁଣାଣୀ ସେପ୍ଟେମ୍ବର ୦୧ ତାରିଖ ଦିନ ବଗୁଡା ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି। ବୁଗୁଡା ବିଡ଼ିଓ ଦୁତିକୃଷ୍ଣ ପାତ୍ରଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଅନୁଷ୍ଠିତ ଏହି ବ୍ଲକ ସ୍ତରୀୟ ମିଳିତ ଜନଶୁଣାଣୀ କାର୍ଯ୍ୟକ୍ରମରେ ବୁଗୁଡା ତହସିଲଦାର ତାପସ ରାଉତ, ଏବିଡ଼ିଓ ଧର୍ମରାଜ ପରିଡା, ବୁଗୁଡା ପୋଲିସ ଥାନା ଆଇଆଇସି ସିତାଂଶୁ ଶେଖର ମାନ୍ଧାତା ଏବଂ ଅନ୍ୟାନ୍ୟ ବିଭାଗର ଅଧିକାରୀ ଓ କର୍ମଚାରୀ ବୃନ୍ଦ ଯୋଗଦେଇଥିଲେ। ମାତ୍ର ୧୩ ଜଣ ବ୍ୟକ୍ତି ନିଜର ଅଭିଯୋଗ ନେଇ ପଞ୍ଜିକରଣ କରିଥିଲେ। ବ୍ଲକ କର୍ମଚାରୀ ବୃନ୍ଦ ଏହି କାର୍ଯ୍ୟକ୍ରମରେ ସହଯୋଗ କରିଥିଲେ।


