ବାଞ୍ଛାନିଧି ଦାସ ଓ ଶ୍ରୀମତୀ ଦେବୀ ଚାରିଟେବୁଲ ଟ୍ରଷ୍ଟ ପକ୍ଷରୁ ଗରିବ ମେଧାବୃତ୍ତି ପ୍ରଦାନ
କେନ୍ଦ୍ରାପଡ଼ା,(ଚିତ୍ତରଞ୍ଜନ ଦାଶ): ସ୍ୱେଛାସେବୀ ସଂଗଠନ ବାଞ୍ଛାନିଧି ଦାସ ଓ ଶ୍ରୀମତୀ ଦେବୀ ଚାରିଟେବୁଲ ଟ୍ରଷ୍ଟ ପକ୍ଷରୁ ଜଣେ ଗରିବ ମେଧାବୀ ଛାତ୍ରୀଙ୍କୁ ମେଧାବୃତ୍ତି ପ୍ରଦାନ କରାଯାଇଛି । ଟ୍ରଷ୍ଟର ମୁଖ୍ୟ ପୃଷ୍ଠପୋଷକ ଆମେରିକାର ଆଲାସ୍କା ବିଶ୍ୱବିଦ୍ୟାଳୟ ର ଏମରିଟସ ପ୍ରଫେସର ଡ. ଦେବେନ୍ଦ୍ର କୁମାର ଦାସଙ୍କ ନିର୍ଦେଶ କ୍ରମେ ଟ୍ରଷ୍ଟି ଭୁବନ ମୋହନ ଦାସ ଓ ରାଜଲକ୍ଷ୍ମୀ ମହାନ୍ତି ତାଳଚେର ଶିଳ୍ପାଞ୍ଚଳ ମହିଳା ମହାବିଦ୍ୟାଳୟର ଛାତ୍ରୀ ପ୍ରମିଳା ମୁଣ୍ଡାଙ୍କୁ ୫ହଜାର ଟଙ୍କାର ଆର୍ଥିକ ସହାୟତା ତଥା ମେଧାବୃତ୍ତି ପ୍ରଦାନ କରିଛନ୍ତି । ଏଠାରେ ସୂଚନା ଯୋଗ୍ୟ ଯେ ଟ୍ରଷ୍ଟ ପକ୍ଷରୁ ବନ୍ୟା, ବାତ୍ୟା, ଅଗ୍ନିକାଣ୍ଡ ଭଳି ବିଭିନ୍ନ ପ୍ରାକୃତିକ ବିପର୍ଯ୍ୟୟ ସମୟରେ ପିଡିତ ଲୋକମାନଙ୍କୁ ରାସନ ସାମଗ୍ରୀ, ପାଲ ଓ ଆର୍ଥିକ ସହାୟତା ପ୍ରଦାନ କରାଯିବା ସହ ଗରିବ, ମେଧାବୀ ଛାତ୍ରଛାତ୍ରୀମାନଙ୍କୁ ମଧ୍ୟ ସେମାନଙ୍କ ଉଚ୍ଚ ଶିକ୍ଷାଲାଭ କରିବା ପାଇଁ ପ୍ରତିବର୍ଷ ମେଧାବୃତ୍ତି ପ୍ରଦାନ କରାଯାଇଥାଏ ।


