ସାପ କାମୁଡ଼ାରେ ନାବାଳିକାଙ୍କ ମୃତ୍ୟୁ
ପାତ୍ରପୁର,(ୱେଇ ଏନ ଏସ):ଗଞ୍ଜାମ ଜିଲ୍ଲା ପାତ୍ରପୁର ବ୍ଲକ ଅନ୍ତର୍ଗତ ତୁରୁବୁଡ଼ି ପଞ୍ଚାୟତ ଅନ୍ତର୍ଗତ ଜଗନ୍ନାଥପୁର ଗ୍ରାମରେ ସାପ କାମୁଡ଼ାରେ ଜଣେ ୧୫ ବର୍ଷୀୟା ନାବାଳିକାଙ୍କ ମୃତ୍ୟୁ ଘଟିଥିବା ଜଣାପଡିଛି। ପ୍ରଫୁଲ୍ଲ ସେଠୀଙ୍କ କନ୍ୟା ଶୁଇଟି ସେଠୀ ବୋଲି ଜଣାପଡିଛି । ସୂଚନା ଅନୁଯାୟୀ, ରବିବାର ସକାଳେ ଶୁଇଟି ଘର ବାଡ଼ିରୁ ରୋଷେଇ ପାଇଁ କାଠ ସଂଗ୍ରହ କରିବାକୁ ଯାଇଥିବା ବେଳେ ଏକ ବିଷଧର ସାପ ତାଙ୍କୁ କାମୁଡ଼ି ଦେଇଥିଲା। ପରିବାର ସଦସ୍ୟମାନେ ତୁରନ୍ତ ତାଙ୍କୁ ବମକେଇ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରକୁ ନେଇଥିଲେ। ତେବେ ସେଠାରେ କର୍ତ୍ତବ୍ୟରତ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଘଟଣାର ସୂଚନା ପାଇ ପୁଲିସ ଶବକୁ ଜବତ କରି ବ୍ୟବଚ୍ଛେଦ ପାଇଁ ବ୍ରହ୍ମପୁର ଏମ୍.କେ.ସି.ଜି. ମେଡିକାଲ କଲେଜ ଓ ହସ୍ପିଟାଲକୁ ପଠାଇଛି। ଅକାଳରେ ନାବାଳିକାଙ୍କ ମୃତ୍ୟୁରେ ପରିବାର ସହ ସମଗ୍ର ଜଗନ୍ନାଥପୁର ଗ୍ରାମରେ ଶୋକର ଛାୟା ଖେଳିଯାଇଛି।


