ନାବାଳିକା ସହ ଦୁଷ୍କର୍ମ ପ୍ରଚେଷ୍ଟା ମାମଲା: ଦୋଷୀଙ୍କୁ ୧୦ ବର୍ଷର ସଶ୍ରମ କାରାଦଣ୍ଡ

ପାରଳାଖେମୁଣ୍ଡି, (ତାରିଣୀ ପ୍ରସାଦ ପଣ୍ଡା ): ମାନସିକ ଅନଗ୍ରସର ନାବାଳିକା ସହ ଦୁଷ୍କର୍ମ ପ୍ରଚେଷ୍ଟା କରିବା ଭଳି ଏକ ସମ୍ବେଦନଶୀଳ ମାମଲାର ଶୁଣାଣି କରି ଆଜି ଗଜପତି ଜିଲ୍ଲା  ଅତିରିକ୍ତ ଜିଲ୍ଲା ସେସନ ଜଜ ବିଭୁ ପ୍ରସାଦ ପଣ୍ଡା ପୋକ୍ସୋ ଆକ୍ଟର ଧାରା ୬ ତଥା ୧୮ରେ ମୋହନା ଥାନା ଅନ୍ତର୍ଗତ ମୁଡୁମୁଡ଼ିଆ ଗ୍ରାମର ଅଭିଯୁକ୍ତ ପ୍ରଭାତ ଘଡ଼େଇ (୪୮ବର୍ଷ)ଙ୍କୁ ଦୋଷୀ ସାବ୍ୟସ୍ତ କରି ୧୦ବର୍ଷର ସଶ୍ରମ କାରାଦଣ୍ଡ ସହ ୧୦ହଜାର ଟଙ୍କା ଜୋରିମାନାର ସଜା ଶୁଣାଇଛନ୍ତି ତଥା ଜୋରିମାନା ଅନାଦେୟ ଆହୁରି ଛଅ ମାସ ସଶ୍ରମ ଜେଲଦଣ୍ଡ ଭୋଗ କରିବାକୁ ପଡିବ ବୋଲି ନ୍ୟାୟାଧୀଶ ନିଜର ରାୟରେ ଉଲ୍ଲେଖ କରିଛନ୍ତି। ସେହିପରି ଏହି ସମ୍ବେଦନଶୀଳ ମାମଲାରେ ବିଚାରପତି ନିଜ ରାୟରେ ଜିଲ୍ଲା ଆଇନ ସେବା ପ୍ରାଧିକରଣ ତରଫରୁ ପିଡ଼ିତାଙ୍କୁ କ୍ଷତିପୂରଣ ବାବଦକୁ ଚାରି ଲକ୍ଷ ଟଙ୍କା ପ୍ରଦାନ କରିବା ନିମନ୍ତେ ନିର୍ଦ୍ଦେଶ ଜାରି କରିଛନ୍ତି। ସରକାରଙ୍କ ପକ୍ଷରୁ ସ୍ପେଶାଲ ପବ୍ଲିକ ପ୍ରସିକ୍ୟୁଟର ଏମ୍ ପୃଥ୍ୱୀରାଜ ଏହି ମାମଲାର ସଫଳ ପରିଚାଳନା କରିଥିବାର ଖବର ଭାରପ୍ରାପ୍ତ କ୍ୟାଡ଼ର ପବ୍ଲିକ ପ୍ରସିକ୍ୟୁଟର ରାଜେଶ କୁମାର ମିଶ୍ର ସୂଚନା ଦେଇଛନ୍ତି।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ