ଯୁବକଙ୍କୁ ମରଣାତ୍ମକ ଆକ୍ରମଣ କରି ବିଲ ମଝିରେ ଫିଙ୍ଗିଦେଲେ ଦୁର୍ବୃତ୍ତ
ଛତ୍ରପୁର,(ପ୍ରଶାନ୍ତ କୁମାର ମହାରଣା): ଛତ୍ରପୁର ଥାନା ଅଧୀନ ବିପୁଳିଙ୍ଗି ଗ୍ରାମର ଶିବ ମନ୍ଦିର ନିକଟରେ ଜଣେ ଯୁବକଙ୍କୁ ଧାରୁଆ ଅସ୍ତ୍ରରେ ମରଣାତ୍ମକ ଆକ୍ରମଣ କରି ବିଲ ମଝିରେ ଫିଙ୍ଗିଦେଇଥିବା ଅଭିଯୋଗ ହୋଇଛି। ଆକ୍ରମଣରେ ଯୁବକ ଜଣକ ଗୁରୁତର ଆହତ ହୋଇଛନ୍ତି। ଗୁରୁତର ଯୁବକ ହେଲେ ବିପୁଳିଙ୍ଗି ଗ୍ରାମର ପଦ୍ମପୁର ସାହିର ଶ୍ୟାମଘନ ଦାସ। ଶ୍ୟାମଘନଙ୍କୁ କିଛି ଯୁବକ ଧାରୁଆ ଅସ୍ତ୍ରରେ ଆକ୍ରମଣ କରିବା ପରେ ବିଲ ମଝିରେ ଫିଙ୍ଗିଦେଇଥିବା ଅଭିଯୋଗ ହୋଇଛି। ଗୁରୁତର ଅବସ୍ଥାରେ ତାଙ୍କୁ ପରିବାର ଲୋକେ ଉଦ୍ଧାର କରି ଛତ୍ରପୁର ମେଡିକାଲକୁ ଆଣିଥିଲେ। ସେଠାରେ ପ୍ରାଥମିକ ଚିକିତ୍ସା ପରେ ତାଙ୍କ ସ୍ୱାସ୍ଥ୍ୟାବସ୍ଥା ଅଧିକ ଗୁରୁତର ଥିବାରୁ ବ୍ରହ୍ମପୁରକୁ ସ୍ଥାନାନ୍ତର କରାଯାଇଛି। ଏନେଇ ଗୁରୁତର ଆହତଙ୍କ ବଡ଼ଭାଇ ଓ ଭଣଜା ଅଭିଯୋଗ କରିଛନ୍ତି। ଖବର ପାଇ ଛତ୍ରପୁର ପୋଲିସ ଘଟଣାସ୍ଥଳରେ ପହଞ୍ଚି ଛାନଭିନ୍ ଆରମ୍ଭ କରିଛି। ଆକ୍ରମଣର କାରଣ ଓ ଏଥିରେ ସମ୍ପୃକ୍ତ ଥିବା ଅଭିଯୁକ୍ତଙ୍କ ସମ୍ପର୍କରେ ପୋଲିସ ତଦନ୍ତ ଜାରି ରଖିଛି। ଅନ୍ୟପକ୍ଷ ରେ ଗତ ବାତ୍ୟା ର କ୍ଷୟ କ୍ଷତି ଆକଳନ ବେଳେ ଫୋଟ ଉଠା କୁ କେନ୍ଦ୍ର କରି ଆକ୍ରମଣ ହୋଇଥିବା ନେଇ ପ୍ରାଥମିକ ସୂତ୍ରରୁ ପୋଲିସ ଜାଣି ପାରିଛି l ଏ ପର୍ଯ୍ୟନ୍ତ ଥାନା ରେ କୋଣସି ମାମଲା ରୁଜୁ ହୋଇ ନଥିବା ଜଣା ପଡିଛି l


