ବାତ୍ୟା ଆଶ୍ରୟସ୍ଥଳୀ ବୁଲି ଲୋକଙ୍କୁ ଖାଦ୍ୟ ପରଷିଲେ ବିଧାୟକ ଓ ଜିଲ୍ଲାପାଳ

ଛତ୍ରପୁର, (ଓ୍ବାଇଏନଏସ): ସମ୍ଭାବ୍ୟ ବାତ୍ୟା ‘ଅର୍ଣ୍ଣବ’ର ମୁକାବିଲା ପାଇଁ ଗଞ୍ଜାମ ଜିଲ୍ଲା ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି ଜାରି ରହିଛି। ତଳିଆ ଅଞ୍ଚଳରେ ରହୁଥିବା ଲୋକଙ୍କୁ ସୁରକ୍ଷିତ ଭାବେ ବାତ୍ୟା ଆଶ୍ରୟସ୍ଥଳୀକୁ ସ୍ଥାନାନ୍ତର କରାଯାଇଛି। ଆଶ୍ରୟସ୍ଥଳୀଗୁଡ଼ିକରେ ଖାଦ୍ୟ, ପାନୀୟ ଜଳ ଓ ଅନ୍ୟାନ୍ୟ ଆବଶ୍ୟକ ବ୍ୟବସ୍ଥା କରାଯାଇଛି। ଏହି କ୍ରମରେ ଛତ୍ରପୁର ବ୍ଲକ ଅନ୍ତର୍ଗତ ଉପୁଲାପୁଟି ଓ ହରିପୁର ବାତ୍ୟା ଆଶ୍ରୟସ୍ଥଳୀ ପରିଦର୍ଶନ କରିଛନ୍ତି ଛତ୍ରପୁର ବିଧାୟକ କୃଷ୍ଣ ଚନ୍ଦ୍ର ନାୟକ, ଗଞ୍ଜାମ ଜିଲ୍ଲାପାଳ ଭି. କୀର୍ତ୍ତି ଭାସନ ଓ ଛତ୍ରପୁର ବିଡିଓ ସମ୍ବିତ ସଂଗ୍ରାମଜୀତ ସାହୁ। ଏଠାରେ  ପ୍ରାୟ ୪୦୦ ଜଣ ଲୋକଙ୍କୁ ଆଶ୍ରୟ ଦିଆଯାଇଛି। ବିଧାୟକ, ଜିଲ୍ଲାପାଳ ଓ ବିଡିଓ ଆଶ୍ରୟସ୍ଥଳୀରେ ପହଞ୍ଚି ଲୋକଙ୍କୁ ରନ୍ଧା ଖାଦ୍ୟ ପରଷିଥିଲେ। ବିଧାୟକ ଶ୍ରୀ ନାୟକ ନିଜେ ଭାତ ଖାଇ ଖାଦ୍ୟର ମାନ ଯାଞ୍ଚ କରିଥିଲେ। ଏହାସହ ଆଶ୍ରୟସ୍ଥଳୀରେ ଲୋକଙ୍କ ପାଇଁ କରାଯାଇଥିବା ବିଭିନ୍ନ ବ୍ୟବସ୍ଥା ବୁଲି ଦେଖିବା ସହ ପ୍ରସ୍ତୁତି ସମ୍ପର୍କରେ ଅଧିକାରୀଙ୍କଠାରୁ ସୂଚନା ନେଇଥିଲେ। ବାତ୍ୟା ସମୟରେ ଆଶ୍ରୟସ୍ଥଳୀରେ ରହୁଥିବା ଲୋକଙ୍କୁ ଯେପରି କୌଣସି ଅସୁବିଧା ନହୁଏ, ସେଥିପାଇଁ ସମସ୍ତ ପ୍ରକାରର ଆବଶ୍ୟକ ବ୍ୟବସ୍ଥା ସୁନିଶ୍ଚିତ କରିବାକୁ ପ୍ରଶାସନ ପକ୍ଷରୁ ଗୁରୁତ୍ୱ ଦିଆଯାଇଛି।
Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ