ଅସୁସ୍ଥ ସରପଞ୍ଚଙ୍କୁ ଭେଟିଲେ ବିଧାୟକ

ହାଟଡିହି(ଓ୍ବାଇଏନଏସ): ହାଟଡିହି ବ୍ଲକ ବଞ୍ଚ ପଞ୍ଚାୟତ ର ସରପଞ୍ଚ ପ୍ରଶାନ୍ତ ରାଉତ ଗତ ସାଧାରଣତନ୍ତ୍ର ଦିବସ ଦିନ ଛାତିରେ ଯନ୍ତ୍ରଣା ଅନୁଭବ କରିବା ସହିତ ଗୁରୁତର ଅସୁସ୍ଥ ହୋଇ ପଡ଼ିଥିଲେ। ତାଙ୍କୁ ଗୁରୁତର ଅବସ୍ଥାରେ ଆପୋଲୋ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ଆନନ୍ଦପୁର  ବିଧାୟକ ଅଭିମନ୍ୟୁ ସେଠୀ, ବ୍ଲକ ଅଧ୍ୟକ୍ଷା ସାବିତ୍ରୀ ସେଠୀ ପ୍ରମୁଖ ତାଙ୍କୁ ଡାକ୍ତରଖାନାରେ ଭେଟି ତାଙ୍କ ସ୍ୱାସ୍ଥ୍ୟ ବସ୍ଥା ସମ୍ପର୍କରେ ପଚାରି ବୁଝିଛନ୍ତି। ସେହିପରି ହାଟଡିହି ବ୍ଲକ ର ବିଭିନ୍ନ ପଞ୍ଚାୟତ ର ସରପଞ୍ଚ ଓ ପଞ୍ଚାୟତ ର ଅନେକ ଶୁଭେଛୁ ସରପଞ୍ଚ ଶ୍ରୀ ରାଉତ ଙ୍କୁ ଡାକ୍ତରଖାନାରେ ଭେଟି ତାଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ