ମୃତକଙ୍କ ପରିବାରକୁ ଭେଟିଲେ ବିଧାୟକ
ହାଟଡିହି (ବିକାଶ ବିଶ୍ବାଳ): ହାଟଡିହି ବ୍ଲକ ସୋସ ପଞ୍ଚାୟତ ବେରୁଣପଦୀ ଗ୍ରାମର ମଣି ଚରଣ ଜେନାଙ୍କ ବିଦ୍ୟୁତ ସଂସ୍ପର୍ଶରେ ଆସି ମୃତ୍ୟୁ ଘଟିଥିବା ଖବର ପାଇ ଆନନ୍ଦପୁର ବିଧାୟକ ଅଭିମନ୍ୟୁ ସେଠୀ ଆଜି ତାଙ୍କ ବାସଭବନ ପହଁଞ୍ଚି ଶୋକସନ୍ତପ୍ତ ପରିବାରବର୍ଗ ଙ୍କୁ ସାନ୍ତ୍ୱନା ଓ ସମବେଦନା ଜଣାଇଛନ୍ତି । ମୃତକ ଜଣକ ଗରିବ ଶ୍ରେଣୀର ହୋଇଥିବାରୁ ଏବଂ ପରିବାରର ଏକମାତ୍ର ରୋଜଗାରକ୍ଷମ ବ୍ୟକ୍ତି ହୋଇଥିବାରୁ ତାଙ୍କୁ କିପରି ସମସ୍ତ ପ୍ରକାର ସରକାରୀ ସୁବିଧା ସୁଯୋଗ ଯୋଗାଇ ଦିଆଯିବ ସେନେଇ ପ୍ରଶାସନ ଏବଂ ବିଦ୍ୟୁତ ବିଭାଗୀୟ ଅଧିକାରୀଙ୍କ ସହ ଆଲୋଚନା କରିଥିଲେ। ତାଙ୍କ ସହିତ ବିନୋଦ ସିଂ, ଭରତ ବେହେରା ଙ୍କ ସମେତ ଅନେକ ଗ୍ରାମବାସୀ ଉପସ୍ଥିତ ଥିଲେ। ଏଠାରେ ସୂଚନାଯୋଗ୍ୟ ଯେ ଗତ ୧୧ ତାରିଖ ଦିନ ମଣି ଚରଣ ଜେନା ଏକ ବାଉଁଶ କଣି ଧରି ଘରକୁ ଫେରୁଥିବା ବେଳେ ରାସ୍ତା ଉପରେ ଓହଳି ପଡ଼ିଥିବା ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ପ୍ରାଣ ହରାଇଥିଲେ।