ହତ୍ୟା ଉଦ୍ୟମ ଘଟଣା: ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ
ଦିଗପହଣ୍ଡି,(ଅଳକ ନାଥ ମିଶ୍ର) : ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ଗ୍ରାମର ସିମାଞ୍ଚଳ ମହାପାତ୍ର(୨୪) ଙ୍କୁ ଶନିବାର ଦିଗପହଣ୍ଡି ପୁଲିସ ଗିରଫ କରି କୋର୍ଟ ଚାଲାଣ କରିଛନ୍ତି।ବୁଧବାର ସକାଳେ ଡ୍ରେନ ରେ ଆବର୍ଜନା ନିଷ୍କାସନ କୁ କେନ୍ଦ୍ରକରି ଗ୍ରାମର କପିଳ ପାଢ଼ୀ ଙ୍କ ସହ ସିମାଞ୍ଚଳ ଙ୍କ ଯୁକ୍ତିତର୍କ ହୋଇଥିଲା। ସିମାଞ୍ଚଳ ଉତ୍ତେଜିତ ହୋଇ ତାଙ୍କୁ ବିବିଧ ମାଡ଼ମାରି ହତ୍ୟା ଉଦ୍ୟମ କରିଥିଲେ। ଗୁରୁତର ଆହାତ କପିଳ ଙ୍କୁ ପରିବାର ଲୋକେ ପ୍ରଥମେ ଦିଗପହଣ୍ଡି ମେଡିକାଲ ରେ ଭର୍ତ୍ତି କରିଥିଲେ।ପ୍ରାଥମିକ ଚିକିତ୍ସା ପରେ ଅବସ୍ଥା ଗୁରୁତର ଥିବାରୁ ତାଙ୍କୁ ବ୍ରହ୍ମପୁର ବଡ଼ ମେଡିକାଲ କୁ ସ୍ଥାନାନ୍ତର କରାଯାଇଥିଲା।ଏନେଇ ଦିଗପହଣ୍ଡି ଥାନାରେ ଲିଖିତ ଅଭିଯୋଗ ହେବାପରେ ଭାରପ୍ରାପ୍ତ ଆଇଆଇସି ତଥା ଡିଏସପି ପ୍ରଶାନ୍ତ ପାତ୍ର ଥାନା ମାମଲା ନଂ.୩୯/୨୬ ଅନୁଯାୟୀ ଅଭିଯୁକ୍ତଙ୍କ ବିରୋଧରେ ମକଦ୍ଦମା ରୁଜୁ କରିଥିଲେ। ତଦନ୍ତକାରୀ ଅଧିକାରୀ ଏଏସଆଇ ଦିଲ୍ଲୀପ ଗୋରଡ଼ା ଅଭିଯୁକ୍ତ ସିମାଞ୍ଚଳ ଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିଲେ।ଜାମିନ ଆବେଦନ ଖାରଜ ହେବାରୁ ଅଭିଯୁକ୍ତଙ୍କୁ ଦିଗପହଣ୍ଡି ସବ ଜେଲ ହାଜତକୁ ପଠାଇ ଦିଆଯାଇଛି।


