ଏନଏସି ପକ୍ଷରୁ ମାଟ୍ରିକ କୃତି ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା
ଦିଗପହଣ୍ଡି, (ଅଳକ ନାଥ ମିଶ୍ର) ମାଟ୍ରିକ ପରୀକ୍ଷାରେ କୃତିତ୍ବ ଅର୍ଜନ କରି ଦିଗପହଣ୍ଡି ପାଇଁ ସୁନାମ ଅର୍ଜନ କରିଥିବା କୃତି ଛାତ୍ର ଛାତ୍ରୀ ମାନଙ୍କୁ ଗୁରୁବାର ସ୍ଥାନୀୟ ଏନଏସି କାର୍ଯ୍ୟାଳୟ ପକ୍ଷରୁ ସମ୍ବର୍ଦ୍ଧିତ କରାଯାଇଛି। ଏନଏସି କାର୍ଯ୍ୟାଳୟ ସଭାଗୃହ ଠାରେ ଆୟୋଜିତ ସ୍ଵତନ୍ତ୍ର କାର୍ଯ୍ୟକ୍ରମରେ ଏନଏସି କାର୍ଯ୍ୟନିର୍ବାହୀ ଅଧିକାରୀ ଡ଼. ଅଶୋକ କୁମାର କର୍ଣ୍ଣ ଅଧ୍ୟକ୍ଷତା କରିଥିଲେ। ଏନଏସି ଅଧ୍ୟକ୍ଷ ପ୍ରଫୁଲ ପଣ୍ଡା ମୁଖ୍ୟଅତିଥି ଭାବେ ଯୋଗଦେଇ ଉପସ୍ଥିତ ସମସ୍ତ ଛାତ୍ର ଛାତ୍ରୀ ଙ୍କ ମଙ୍ଗଳ କାମନା କରିବାସହ ସେମାନଙ୍କ ଉଜ୍ଜଳ ଭବିଷ୍ୟତ କାମନା କରିଥିଲେ।ଏହି କାର୍ଯ୍ୟକ୍ରମରେ କାଉନସିଲର ଦୀପକ କୁମାର ମିଶ୍ର,ନୀଳମାଧବ ଗୌଡ଼,ସୁନୀଲ କୁମାର ପଣ୍ଡା, ସନ୍ତୋସିନି ବେହେରା,କାଉନସିଲର ପ୍ରତିନିଧି ରମେଶ ଚନ୍ଦ୍ର ଜେନା, ଇ.ଶଙ୍କର,ବରିଷ୍ଠ କିରାଣି ରାଜ କିଶୋର ରଥ,ଶିକ୍ଷକ କାଳୁ ଚରଣ ପାଣିଗ୍ରାହୀ, ଏନଏସି କର୍ମଚାରୀ ବୃନ୍ଦ ଏବଂ ବହୁ ସଂଖ୍ୟକ ଅଭିଭାବକ ଉପସ୍ଥିତ ଥିଲେ।


