ହିଲଟପ ସ୍ନାତକ ମହାବିଦ୍ୟାଳୟରେ ଜାତୀୟ ପାଠଚକ୍ର

ପାରଳାଖେମୁଣ୍ଡି, (ତାରିଣୀ ପ୍ରସାଦ ପଣ୍ଡା): ଗଜପତି ଜିଲ୍ଲା ମୋହନା ସ୍ଥିତ ହିଲଟପ ସ୍ନାତକ ମହାବିଦ୍ୟାଳୟର ସମ୍ମିଳନୀ କକ୍ଷରେ ଇଂରାଜୀ ବିଭାଗ ପକ୍ଷରୁ କୁତ୍ରିମ ବୁଦ୍ଧିମତା ଉପରେ ଏକ ଜାତୀୟ ପାଠଚକ୍ର ଓ ଛାତ୍ର ବିନିମୟ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି ପାଠଚକ୍ରରେ ନାଗାଲେଣ୍ଡ କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟର ଇଂରାଜ ବିଭାଗୀୟ ମୁଖ୍ୟ ପ୍ରଫେସର ଡ଼ଃ. ନିଗମାନନ୍ଦ ଦାଶ ମୁଖ୍ୟ ଅତିଥିଭାବେ ଯୋଗଦେଇ ପ୍ରଦୀପ ପ୍ରଜ୍ବଳନ କରି ପାଠଚକ୍ରକୁ ଉଦଘାଟନ କରିଥିଲେ। ମହାବିଦ୍ୟାଳୟର ଅଧ୍ୟକ୍ଷ ଶୁଭ୍ରକାନ୍ତ ମହାନ୍ତିଙ୍କ ପୌରହିତ୍ୟରେ ଅନୁଷ୍ଠିତ ଏହି ପାଠଚକ୍ରରେ ଉତ୍କଳ ବିଶ୍ୱବିଦ୍ୟାଳୟର ଇଂରାଜୀ ବିଭାଗୀୟ ମୁଖ୍ୟ କୋର ଅସୀମ ରଞ୍ଜନ ପାଢ଼ୀ ସମ୍ମାନିତ ଅତିଥି ଓ ଜିଆଇଟି ଗୁଣୁପୁର ବିଶ୍ୱବିଦ୍ୟାଳୟର ଇଂରାଜୀ ବିଭାଗୀୟ ମୁଖ୍ୟ ଡ଼ଃ. ରଞ୍ଜିତ କୁମାର ପତି ମୁଖ୍ୟବକ୍ତା ରୂପେ ଯୋଗ ଦେଇଥିଲେ । ଏହି କାର୍ଯ୍ୟକ୍ରମକୁ ହିଲଟପ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଇଂରାଜୀ ଅଧ୍ୟାପକ ଏସ. ରମେଶ ସ୍ୱାଗତ ଭାଷଣ ଦେଇଥିବା ବେଳେ ସ୍ଥାନୀୟ ମହାବିଦ୍ୟାଳୟର ଇଂରାଜୀ ଅଧ୍ୟାପକ ଡ଼ଃ. ପ୍ରଣାବାନନ୍ଦ ପାଟୁସୀ ଧନ୍ୟବାଦ ଅର୍ପଣ କରିଥିଲେ। ମଧ୍ୟାହ୍ନରେ ଅନୁଷ୍ଠିତ ବୈଷୟିକ ଅଧିବେଶନରେ ୨୩ଜଣ ଗବେଷକ ଅଧ୍ୟାପକ ଛାତ୍ରୀ ଛାତ୍ରମାନଙ୍କୁ ସଂକଳ୍ପ ପାଠ କରାଇଥିଲେ। ଏହି କାର୍ଯ୍ୟକ୍ରମରେ ଗଞ୍ଜାମ, ଗଜପତି, ରାୟଗଡା ଜିଲ୍ଲାର ବିଭିନ୍ନ ମହାବିଦ୍ୟାଳୟର ଅଧ୍ୟାପିକା, ଅଧ୍ୟାପକ,ଛାତ୍ରୀ ଛାତ୍ର ଙ୍କ ସମେତ ହିଲଟପ ସ୍ନାତକ ମହାବିଦ୍ୟାଳୟର ଛାତ୍ରୀ ଛାତ୍ର ଅଂଶ ଗ୍ରହଣ କରିଥିଲେ । ଏହି କାର୍ଯ୍ୟକ୍ରମକୁ ମହାବିଦ୍ୟାଳୟର ସମସ୍ତ ଅଧ୍ୟାପିକା, ଅଧ୍ୟାପକ ଓ କର୍ମଚାରୀ ପରିଚାଳନା କରିଥିଲେ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ