ଉଦ୍ଭିଦ ବିଜ୍ଞାନ ବିଭାଗ ପକ୍ଷରୁ ନବାଗତ ଛାତ୍ରଛାତ୍ରୀଙ୍କୁ ସ୍ୱାଗତ
ବୁଗୁଡ଼ା, (ଅନୀଲ କୁମାର ମହାରଣା) : ଗଞ୍ଜାମ ଜିଲ୍ଲାର ବୁଗୁଡ଼ା ପିପୁଲସ କଲେଜର ଉଦ୍ଭିଦ ବିଜ୍ଞାନ ବିଭାଗର +୩ ଦ୍ୱିତୀୟ ଓ ଶେଷ ବର୍ଷର ଛାତ୍ରଛାତ୍ରୀ ବୃନ୍ଦଙ୍କ ପକ୍ଷରୁ ନବାଗତ ପ୍ରଥମ ବର୍ଷର ଛାତ୍ରଛାତ୍ରୀ ବୃନ୍ଦଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା କାର୍ଯ୍ୟକ୍ରମ ୨୧/୯/୨୬ ତାରିଖ ଦିନ ଅନୁଷ୍ଠିତ ହୋଇଯାଇଛି। କଲେଜର ପ୍ରିନ୍ସିପାଲ ଭଗବାନ ଶତପଥୀ ଏହି କାର୍ଯ୍ୟକ୍ରମରେ ଅଧ୍ୟକ୍ଷତା କରିଥିବା ବେଳେ ଭାଇସପ୍ରିନ୍ସିପାଲ ହରିକୃଷ୍ଣ ନାୟକ ଅତିଥି ଭାବେ ଯୋଗଦେଇଥିଲେ। ଉଦ୍ଭିଦ ବିଜ୍ଞାନ ବିଭାଗର ମୁଖ୍ୟ ଅଧ୍ୟାପକ ଡକ୍ଟର ଜୟରାମ ବିଷୋୟୀଙ୍କ ତତ୍ତ୍ୱାବଧାନ ଏବଂ ଅଧ୍ୟାପକ ଦିଲ୍ଲୀପ କୁମାର ସାହୁ ଓ ଅଧ୍ୟାପିକା ଅନିତା ଦେବୀଙ୍କ ସଂଯୋଜନାରେ ବାଭାଗର ନବାଗତ ଛାତ୍ରଛାତ୍ରୀଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। କାର୍ଯ୍ୟକ୍ରମରେ ବିଭାଗର କର୍ମଚାରୀ ଟୁନା ସେଠୀ ଓ ଶ୍ରୀମତ କୁମାର ଦାଶ ପରିଚାଳନାରେ ସହଯୋଗ କରିଥିଲେ। ନବାଗତ ଯୁକ୍ତ ତିନି ପ୍ରଥମ ବର୍ଷର ଛାତ୍ରଛାତ୍ରୀ ବୃନ୍ଦ ସେମାନଙ୍କ ପରିଚୟ ପ୍ରଦାନ କରିବା ପରେ ଦ୍ୱିତୀୟ ଓ ତୃତୀୟ ବର୍ଷର ଛାତ୍ରଛାତ୍ରୀମାନଙ୍କ ଦ୍ୱାରା ନାବାଗତ ପ୍ରଥମ ବର୍ଷର ଛାତ୍ରଛାତ୍ରୀଙ୍କୁ ସ୍ୱାଗତ କରାଯାଇଥିଲା। ଅତିଥି ବୃନ୍ଦ କଲେଜର ନିୟମ, ନୂତନ ଶିକ୍ଷାନୀତି, ଶୃଙ୍ଖଳା, ଉପସ୍ଥାନ ପ୍ରଭୃତି ବିଷୟରେ ପ୍ରକାଶ କରିଥିଲେ। ପ୍ରଥମେ ଛାତ୍ରୀ ରୋଶନ ରାଣୀ ସ୍ୱାଗତ ଭାଷଣ ପ୍ରଦାନ କରିଥିବା ବେଳେ ଶେଷରେ ଛାତ୍ର ଦିଲ୍ଲୀପ କୁମାର ସାହୁ ଧନ୍ୟବାଦ ଅର୍ପଣ କରିଥିଲେ।


