ନାଉଗାଁ ମଣ୍ଡଳସ୍ତରୀୟ ଦୌଡକୁଦ ପ୍ରତିଯୋଗିତା ଉଦଘାଟିତ
ନାଉଗାଁ,(ଓ୍ବାଇଏନଏସ):ଜଗତସିଂହପୁର ଜିଲ୍ଲା ନାଉଗାଁ ବ୍ଲକ ଅନ୍ତର୍ଗତ ଅଲଣାହାଟ ଉଚ୍ଚ ବିଦ୍ୟାଳୟର ଖେଳ ପଡିଆରେ ମଣ୍ଡଳ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା ଶୁକ୍ରବାର ଉଦ୍ଘାଟିତ ହୋଇଯାଇଛି। ନାଉଗାଁ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରର ଚିକିତ୍ସାଧିକାରୀ ଡାକ୍ତର ଅନୁଭବ ଦାଶ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ପତାକା ଉତୋଳନ କରି ଏହି କ୍ରିଡାକୁ ଉଦ୍ଘାଟନ କରିଥିଲେ। ଅଲଣାହାଟ ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ବସନ୍ତ କୁମାର ସ୍ୱାଇଁ ସମ୍ମାନିତ ଅତିଥି ଭାବେ ଯୋଗ ଦେଇ ଦୌଡକୁଦ ପ୍ରତିଯୋଗିତା ଉପରେ ଗୁରୁତ୍ୱାରୋପ କରିଥିଲେ। ଏହି କ୍ରିଡାକୁ ନାଉଗାଁ ମଣ୍ଡଳର ସମସ୍ତ ଶାରୀରିକ ଶିକ୍ଷକ, ଶିକ୍ଷୟିତ୍ରୀମାନେ ପରିଚାଳନା କରିଥିଲେ।


