ନୂତନ ବ୍ଲକ ଶିକ୍ଷାଧିକାରୀଙ୍କ ଯୋଗଦାନ

ନାଉଗାଁ (ଓ୍ବାଇଏନଏସ): ଜଗତସିଂହପୁର ଜିଲ୍ଲା ନାଉଗାଁ ବ୍ଲକ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟରେ ନୂତନ ବ୍ଲକ ଶିକ୍ଷାଧିକାରୀ ଭାବେ ଉମେଶ ଚନ୍ଦ୍ର ରାଉତ ଗୁରୁବାର ଯୋଗଦାନ କରିଛନ୍ତି। ସେ କାର୍ଯ୍ୟାଳୟରେ ପହଂଚି ଭାରାପ୍ରାପ୍ତ ବ୍ଲକ ଶିକ୍ଷାଧିକାରୀ କୈଳାଶ ଚନ୍ଦ୍ର ପାଢୀଙ୍କ ଠାରୁ ଦାୟିତ୍ୱଗ୍ରହଣ କରିଥିଲେ। ଦାୟିତ୍ୱ ଗ୍ରହଣ କରିବା ପରେ ତାଙ୍କୁ କାର୍ଯ୍ୟାଳୟର ସମସ୍ତ କର୍ମଚାରୀ ଓ ଶିକ୍ଷକ ନେତା, ଶିକ୍ଷକ ଓ ଶିକ୍ଷୟିତ୍ରୀମାନେ ଭେଟି ପୁଷ୍ପଗୁଚ୍ଛ ଓ ଉତରୀୟ ଦେଇ ସ୍ୱାଗତ କରିଥିଲେ। ଶ୍ରୀ ରାଉତ ପୂର୍ବରୁ ନାଉଗାଁ ବ୍ଲକର ଏରେଡାସ୍ଥିତ ପଂଚାୟତିରାଜ ସରକାରୀ ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଭାବେ ଦାୟିତ୍ୱ ତୁଲାଉଥିଲେ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ