ନିହାରିକା ନାୟକ କେନ୍ଦ୍ରାପଡା ନଗର ବିଜେପି ସଭାପତି

କେନ୍ଦ୍ରାପଡ଼ା (ଚିତ୍ତ ରଞ୍ଜନ ଦାଶ) : କେନ୍ଦ୍ରାପଡା ନଗର ବିଜେପି ସଭାପତି ଭାବେ ନିହାରିକା ନାୟକଙ୍କୁ ଦଳ ପକ୍ଷରୁ ନିଯୁକ୍ତି ପ୍ରଦାନ କରାଯାଇଛି। ଏନେଇ ରାଜ୍ୟ ବିଜେପି ନିର୍ବାଚନ ଅଧିକାରୀ ସାଂସଦ ପ୍ରତାପ ଚନ୍ଦ୍ର ଷଡଙ୍ଗୀ ବିଜେପି ଜିଲ୍ଲା ସଭାପତି ଶଶାଙ୍କ ଶେଖର ସେଠୀଙ୍କୁ ପତ୍ର ଲେଖି ଜଣାଇଛନ୍ତି। ଶ୍ରୀମତୀ ନୟକ ଏହି ନିଯୁକ୍ତି ପଇଁ କେନ୍ଦ୍ରାପଡା ସାଂସଦ ବୈଜୟନ୍ତ ପଣ୍ଡା, ଜିଲ୍ଲା ବିଜେପି ସଭାପତି ଶ୍ରୀ ସେଠୀ, କେନ୍ଦ୍ରାପଡା ବିଧାନସଭା ନିର୍ବାଚନ ମଣ୍ଡଳୀ ବିଜେପି ନେତ୍ରୀ ଗୀତାଞ୍ଜଳି ସେଠୀ ପ୍ରମୁଖଙ୍କୁ କୃତଜ୍ଞତା ଜଣାଇଛନ୍ତି। ନିଯୁକ୍ତି ପରେ ଶ୍ରୀମତୀ ନାୟକଙ୍କୁ ବିଭିନ୍ନ ମହଲରୁ ଶୁଭେଛାର ସୁଅ ଛୁଟିଛି।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ