ଭିଜିଲାନ୍ସ ଜାଲରେ ଓଏଏସ୍‌ ଅଧିକାରୀ ବନମାଳୀ ଶତପଥୀ

କଟକ, (ଓ୍ବାଇଏନଏସ): ଭିଜିଲାନ୍ସ ଜାଲରେ ଆଉ ଜଣେ ସରକାରୀ ବାବୁ । ଗଞ୍ଜାମ ବେଲଗୁଣ୍ଠା ଏନଏସି କାର୍ଯ୍ୟନିର୍ବାହୀ ଅଧିକାରୀ ବନମାଳୀ ଶତପଥୀ ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡିଛନ୍ତି। ଜଣେ କର୍ମଚାରୀଙ୍କ ରିଲିଜ୍ ଅର୍ଡର ଓ ଏରିୟର କରାଇଦେବାକୁ କହି ତାଙ୍କ ତଳିଆ କର୍ମଚାରୀଙ୍କଠାରୁ ୨୫ ହଜାର ଟଙ୍କା ଲାଞ୍ଚ ନେଉଥିଲେ।  ଆଉ କିଛି ଉପାୟ ନପାଇ କର୍ମଚାରୀ ଜଣକ ଭିଜିଲାନ୍ସର ଦ୍ୱାରସ୍ଥ ହୋଇଥିଲେ । କର୍ମଚାରୀଙ୍କଠାରୁ ବାଲିପଦର ବସ୍‌ ଷ୍ଟପ୍ ଠାରେ ୨୫ ହଜାର ଟଙ୍କା ଲାଞ୍ଚ ନେବାବେଳେ ବ୍ରହ୍ମପୁର ଭିଜିଲାନ୍ସ ଟିମ୍ ଚଢାଉ କରିଥିଲା । ଏହି ଚଢାଉ ପରେ ତାଙ୍କ ଅଫିସ, ସରକାରୀ ବାସଭବନ ଓ କବିସୂର୍ଯ୍ୟନଗରଠାରେ ଥିବା ୨ଟି ଘରେ ଏକକାଳୀନ ରେଡ୍ କରାଯାଉଛି । ଚଢ଼ାଉରେ ଜଣେ ଡିଏସପି, ଜଣେ ଇନ୍ସପେକ୍ଟର ଓ ୨ଜଣ ଏଏସଆଇ ସାମିଲ ହୋଇଛନ୍ତି ।
Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ