ଓଡ଼ିଶା ରାଜ୍ୟ ଅମଲା ସଂଘର ଆନ୍ଦୋଳନ ଡାକରା: ଦାବୀ ପୂରଣ ନ ହେଲେ କଳା ବ୍ୟାଜ୍ ପରିଧାନ
ଛତ୍ରପୁର, (ଓ୍ବାଇଏନଏସ): ଓଡ଼ିଶା ରାଜସ୍ବ ଅମଲା ସଂଘ ର ନିର୍ଦେଶକ୍ରମେ ଗଞ୍ଜାମ ଜିଲ୍ଲା ଶାଖା ପକ୍ଷ ରୁ ୧୦ ଦାବୀ ନେଇ ଗଞ୍ଜାମ ଜିଲ୍ଲାପାଳ ଦିବ୍ୟ ଜ୍ୟୋତି ପରିଡା ଙ୍କୁ ଭେଟି ଏକ ସ୍ମାରକ ପତ୍ର ପ୍ରଦାନ କରିଛନ୍ତି, ଯଦି ରାଜ୍ୟ ସରକାର ଆଗାମୀ ୧୫ ଦିନ ମଧ୍ୟରେ ଦାବି ଗୁଡିକ ପୂରଣ ନ କରନ୍ତି ତାହେଲେ, ଆଗାମୀ ଜୁଲାଇ ୦୭ ତାରିଖ ଠାରୁ ଜୁଲାଇ ୧୧ ତାରିଖ ଯାଏଁ କଳା ବ୍ୟାଜ୍ ପରିଧାନ କରିବ। ଏବଂ ତା ସତ୍ତ୍ୱେ ଯଦି ରାଜ୍ୟ ସରକାର ଉପରୋକ୍ତ ଦାବି ଗୁଡିକ ପୂରଣ ନ କରନ୍ତି ତେବେ, ଜୁଲାଇ ୧୪ ତାରିଖ ଠାରୁ ସମ୍ପୂର୍ଣ୍ଣ କାର୍ଯ୍ୟବନ୍ଦ ଆନ୍ଦୋଳନ କରାଯିବ ଚେତାବନୀ ଦେଇଛନ୍ତି । ଜିଲ୍ଲା ସ୍ତରୀୟ କାର୍ଯ୍ୟରତ ରାଜସ୍ବ ଅମଲା ମାନଙ୍କ ମୂଳ ଦରମା ଓଆରଏସ ପି- ୨୦୧୭ ନିୟମ ଅନୁଯାଇ ଲେବେଲ – ୯ କୁ ବୃଦ୍ଧି କରିବା। ରାଜ୍ୟ ସରକାରଙ୍କ ସାଧାରଣ ପ୍ରଶାସନ ଏବଂ ଅଭିଯୋଗ ବିଭାଗର ପତ୍ର ସଂଖ୍ୟା ୮୮୯8 / ୧୫. ୦୩. ୨୦୨୪ ଅନୁଯାୟୀ ସମସ୍ତ ଜିଲ୍ଲାପାଳ ମାନଙ୍କ ଦ୍ବାରା ପ୍ରଦାନ କରାଯାଇଥିବା ତଥ୍ୟ କୁ ଆଧାର କରି ନୂତନ ପଦବୀ ସୃଷ୍ଟି ଓ ପଦବୀ ପୁନର୍ଗଠନ କରାଯାଉ |ରାଜ୍ୟରେ କାର୍ଯ୍ୟରତ ସମସ୍ତ ସରକାରୀ କର୍ମଚାରୀଙ୍କୁ ବାର୍ଷିକ ୨୦ଲକ୍ଷ ଟଙ୍କା ପର୍ଯ୍ୟନ୍ତ ସ୍ବାସ୍ଥ୍ୟ ବୀମା ଲାଗୁ କରାଯାଉ। ୨୦୨୦ ମସିହାରେ ଲାଗୁ କରାଯାଇଥିବା ପୁନଃ ଥଇଥାନ ଯୋଜନାର ନିୟମାବଳୀକୁ ସମ୍ପୂର୍ଣ ଉଚ୍ଛେଦ କରାଯାଇ ୧୯୯୦ ମସିହାରେ ଲାଗୁ କରାଯାଇଥିବା ନିୟମାବଳୀ ଅନୁଯାଇ ମୃତ ସରକାରୀ କର୍ମଚାରୀଙ୍କ ପରିବାରର ଯେକୌଣସି ଜଣେ ସଦସ୍ୟଙ୍କୁ ଯୋଗ୍ୟତା ଭିଭିରେ ନିଯୁକ୍ତି ପ୍ରଦାନ କରାଯାଇ । ଓଡ଼ିଶା ରାଜସ୍ୱ ସେବା ପଦ୍ଧତି ରେ ରାଜସ୍ବ ଅମଲା ମାନଙ୍କୁ ଶତ ପ୍ରତିଶତ ପଦୋନ୍ନତି ଦିଆଯାଉ । ନୂତନ ପେନସନ ଯୋଜନା କୁ ରଦ୍ଦ କରି ସମସ୍ତ ସରକାରୀ କର୍ମଚାରୀ ଙ୍କୁ ପୁରାତନ ପେନସନ ଯୋଜନା ରେ ଅନ୍ତର୍ଭୁକ୍ତ କରିବା ସମେତ ଅନ୍ୟାନ୍ୟ ଦାବୀ ଗୁଡିକ ରହିଛି ।