ପୋଖରୀରେ ବୁଡ଼ି ଜଣେ ମୃତ

ନାଉଗାଁ,(ପ୍ରଦୋଷ ମହାନ୍ତି):ଜଗତସିଂହପୁର ଜିଲ୍ଲା ନାଉଗାଁ ଥାନା ଅନ୍ତର୍ଗତ ବାଂଶ ଗ୍ରାମରେ ପୋଖରୀରେ ବୁଡ଼ି ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଗ୍ରାମର ରବିନାରାୟଣ ପଣ୍ଡାଙ୍କ ପୁଅ ରାଜକିଶୋର ପଣ୍ଡା (୫୧)। ସୂଚନା ଅନୁଯାୟୀ, ରାଜକିଶୋର ଗ୍ରାମର ଶେଷ ମୁଣ୍ଡରେ ଥିବା ପୋଖରୀକୁ ଗାଧୋଇବା ପାଇଁ ଯାଇଥିଲେ। ଦୀର୍ଘ ସମୟ ଧରି ଘରକୁ ନ ଫେରିବାରୁ ପରିବାର ଲୋକେ ତାଙ୍କୁ ଖୋଜାଖୋଜି କରିଥିଲେ। ପରେ ପୋଖରୀରୁ ତାଙ୍କୁ ଉଦ୍ଧାର କରି ତୁରନ୍ତ ନାଉଗାଁ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରକୁ ନିଆଯାଇଥିଲା। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ରାଜକିଶୋରଙ୍କ ମୃତ୍ୟୁରେ ପୂର୍ବତନ ବିଧାୟକ ଚିରଞ୍ଜୀବୀ ବିଶ୍ୱାଳ, ଜ୍ୟୋତିଷ ଚନ୍ଦ୍ର ଦାସ, ପିସିସି ଉପସଭାପତି ତଥା ପୂର୍ବତନ ବିଧାୟକ ଡା. ଲଲାଟେନ୍ଦୁ ମହାପାତ୍ର,  ଜିଲ୍ଲା କଂଗ୍ରେସ କମିଟି ସଭାପତି ଦେବପ୍ରସାଦ ନାୟକ, ବ୍ଲକ କଂଗ୍ରେସ ସଭାପତି ବିଚିତ୍ରାନନ୍ଦ ଲେଙ୍କାଙ୍କ ସମେତ ମହାଦେବ ସେଠୀ, ସୁବାସ ସ୍ୱାଇଁ, ମନୋଜ ନାୟକ, ସୁନିଲ ମାଟିଆ, ସହଦେବ ସେଠୀ, ସୁବାସ ପର୍ବତ ଓ ଅଜୟ ସ୍ୱାଇଁ ପ୍ରମୁଖ ଶୋକବ୍ୟକ୍ତ କରିଛନ୍ତି। ଏ ନେଇ ନାଉଗାଁ ଥାନା ପକ୍ଷରୁ ଏକ ଅପମୃତ୍ୟୁ ମାମଲା ରୁଜୁ କରାଯାଇଛି। ଶବ ବ୍ୟବଚ୍ଛେଦ ପାଇଁ ମୃତଦେହକୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ପଠାଯାଇଥିବା ଥାନାଧିକାରୀ ଦେବାଶିଷ ପଣ୍ଡା ସୂଚନା ଦେଇଛନ୍ତି।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ