ମଥୁରା ପଞ୍ଚାୟତ ସ୍ତରୀୟ ମିଳିତ ଜନଶୁଣାଣୀ
ପୋଲସରା (ଅନୀଲ କୁମାର ମହାରଣା): ପୋଲସରା ବ୍ଲକ ଅନ୍ତର୍ଗତ ମଥୁରା ପଞ୍ଚାୟତ ରାଜୀବ ଗାନ୍ଧୀ ସେବା କେନ୍ଦ୍ର ପରିସରରେ ଆଜି ଗ୍ରାମ ପଞ୍ଚାୟତ ସ୍ତରୀୟ ମିଳିତ ଜନ ଶୁଣାଣି କାର୍ଯ୍ୟକ୍ରମ ବିଡ଼ିଓ ଶଶୀ ଭୂଷଣ ମହାପାତ୍ରଙ୍କ ତତ୍ୱାବଧାନରେ ଅନୁଷ୍ଠିତ ହୋଇଯାଇଛି । ଉକ୍ତ ଜନଶୁଣାଣୀ କାର୍ଯ୍ୟକ୍ରମରେ ମଥୁରା ଓ ଢ଼ଉମାଳ ଗ୍ରାମର ଜନସାଧାରଣ ମଧ୍ୟରୁ ୨୦୧ ଜଣଙ୍କ ଅଭିଯୋଗ ପଞ୍ଜିକରଣ କରିଥିଲେ। ଏହି ଜନଶୁଣାଣୀରେ ବହୁଳ ମାତ୍ରାରେ ରାସନ କାର୍ଡ, ଭତ୍ତା ଓ ପ୍ରଧାନମନ୍ତ୍ରୀ ଆବାସ ଯୋଜନା ଉପରେ ଅଭିଯୋଗ ଆସିଥିଲା । ସେଥି ମଧ୍ୟରୁ ୧୪୬ ଟିର ସମାଧନ ହୋଇଥିଲା। ବଳକା ୫୫ ଟି ଅଭିଯୋଗର ପର୍ଯ୍ୟାୟ କ୍ରମେ ସମାଧାନ ହେବ ବୋଲି ଜଣାପଡିଛି। ଉକ୍ତ ଜନଶୁଣାଣୀ କାର୍ଯ୍ୟକ୍ରମରେ ତହସିଲଦାର ଦିପ୍ତିମୟୀ ପାତ୍ର, ପୋଲସରା ଥାନା ଆଇଆଇସି କୌଶିକ ମାଝୀ, ଏବିଡିଓ ସୋନମ୍ ବେହେରା, ସିଡିପିଓ ତିଳୋତ୍ତମା ରାଉତ, ଧନେଇ ଜଳ ସେଚନ ବିଭାଗ ସହକାରୀ ଯନ୍ତ୍ରୀ ସଞ୍ଜୀବ କୁମାର ପଣ୍ଡା, ଖାଦ୍ୟଯୋଗାଣ ଅଧିକାରୀ ସନ୍ଦୀପ କୁମାର ବେହେରା, ଗ୍ରାମ୍ଯ ନିର୍ମାଣ ବିଭାଗ କନିଷ୍ଠ ଯନ୍ତ୍ରୀ ମହେନ୍ଦ୍ର ତରାଇ, କ୍ଷୁଦ୍ର ଜଳ ସେଚନ ବିଭାଗ ସହକାରୀ ଯନ୍ତ୍ରୀ ସନୁଜ୍ କୁମାର, ଯନ୍ତ୍ରୀ ଶ୍ରୀକାନ୍ତ ଜେନା, ବ୍ଳକ ପଶୁ ଚିକିତ୍ସା ଅଧିକାରୀ ଡାକ୍ତର ସୁବାଷ ଜେନା, ଜିଲ୍ଲା ପରିଷଦ ସଭ୍ୟ ବିକ୍ରମ ନାୟକ, ସରପଞ୍ଚ ସୁନିତା ବେହେରା, ସମିତି ସଭ୍ୟା ମିନତୀ ପାତ୍ରଙ୍କ ସମେତ ବିଭିନ୍ନ ବିଭାଗର କର୍ମଚାରୀଙ୍କ ସମେତ ବ୍ଲକର ସମସ୍ତ ଅଧିକାରୀ ଉପସ୍ଥିତ ରହି ସହଯୋଗ କରିଥିଲେ। ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ ପ୍ରବୀଣ କୁମାର ଗୌଡ଼ କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ।


