ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ କଲେ ପଦ୍ମ ମୁଣ୍ଡା
କେନ୍ଦୁଝର(ପୂର୍ଣ୍ଣଚନ୍ଦ୍ର ମହାନ୍ତ) ନିକଟରେ ବିଧିବଦ୍ଧ ଭାବେ ବିଜେପି ଦଳରେ ସାମିଲ ହୋଇଥିବା ସମାଜସେବୀ ତଥା ଆଦିବାସୀ ନେତା ପଦ୍ମ ଚରଣ ମୁଣ୍ଡା ମୁଖ୍ୟମନ୍ତ୍ରୀଙ୍କୁ ଭୁବନେଶ୍ୱରରେ ସାକ୍ଷାତ କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କୁ ଭେଟି ଶ୍ରୀମୁଣ୍ଡା ପୁଷ୍ପଗୁଛ ଦେଇ ଅଭିବାଦାନ ଜଣାଇଥିଲେ। ଆଗାମି ଦିନରେ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ମାର୍ଗଦର୍ଶନରେ ଜିଲ୍ଲାର ବିକାଶକୁ ତ୍ୱରାନ୍ୱିତ କରାଯିବ ବୋଲି କହିଛନ୍ତି ପଦ୍ମ ମୁଣ୍ଡା। ଆଗାମି ଦିନରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଏବଂ ପ୍ରଧାନମନ୍ତ୍ରୀଙ୍କ ଜନକଲ୍ୟାଣକାରି ଯୋଜନା ଗୁଡିକୁ କିପରି ଉପଯୁକ୍ତ ହିତାଧିକାରୀ ମାନଙ୍କ ନିକଟରେ ପହଞ୍ଚାଯିବ ସେଥିପାଇଁ କାର୍ଯ୍ୟ କରାଯିବ ବୋଲି କହିଛନ୍ତି ପଦ୍ମ ଚରଣ ମୁଣ୍ଡା।


