ପଞ୍ଚାୟତ ସ୍ତରୀୟ ମିଳିତ ଜନଶୁଣାଣି
ବୁଗୁଡା, (ଅନୀଲ କୁମାର ମହାରଣା): ବୁଗୁଡା ବ୍ଲକର ବି.କରଡ଼ାବାଡ଼ି ପଞ୍ଚାୟତରେ ୧୧-୫-୨୬ ତାରିଖ ଦିନ ପଞ୍ଚାୟତ ସ୍ତରୀୟ ଦ୍ଵିତୀୟ ପର୍ଯ୍ୟାୟ ମିଳିତ ଜନଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି । ବୁଗୁଡା ବିଡିଓ ଦୁତିକୃଷ୍ଣ ପାତ୍ରଙ୍କ ତତ୍ତ୍ଵାବଧାନରେ ପଞ୍ଚାୟତ ସ୍ଥରୀୟ ମିଳିତ ଜନଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଏହି ମିଳିତ ଜନଶୁଣାଣି ଶିବିରରେ ସିଡିପିଓ ବବିତା କୁମାରୀ ପଣ୍ଡା, ବୁଗୁଡା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରର ଆୟୁଷ ମେଡ଼ିକାଲ ଅଫିସର ଡାକ୍ତର ସ୍ୱାର୍ଥକ ସଙ୍କେତ ବିଶ୍ୱାଳ ଓ ସ୍ଥାନୀୟ ସରପଞ୍ଚ ଜନସାଧାରଣଙ୍କ ଅଭିଯୋଗ ଗ୍ରହଣ କରିଥିଲେ। ମୋଟ ୨ ଟି ଅଭିଯୋଗ ପଞ୍ଜିକୃତ ହୋଇଥିବା ବେଳେ ଶିବିରରେ ହିଁ ସମାଧାନ ହୋଇଥିଲା। ଏଥିସହ ନୂତନ ଭାବେ ୨୬ ଜଣ ହିତାଧିକାରୀଙ୍କୁ ମଧୁବାବୁ ପେନସନ ଯୋଜନାରେ ଭତ୍ତା ପ୍ରଦାନ ଓ ୧୦ ଜଣଙ୍କୁ ଜମି ପଟ୍ଟା ବଣ୍ଟନ କରାଯାଇଥିଲା। ଏହି କାର୍ଯ୍ୟକ୍ରମରେ ବ୍ଲକ କର୍ମଚାରୀ ସମେତ ବ୍ଳକର ବିଭିନ୍ନ ବିଭାଗର ଅଧିକାରୀ ଓ କର୍ମଚାରୀ ବୃନ୍ଦ ଉପସ୍ଥିତଥିଲେ। ବି.କରଡ଼ାବାଡ଼ି ପଞ୍ଚାୟତ ପିଇଓ, ଏଡିଇଓ ଙ୍କ ସମେତ ଅଙ୍ଗନବାଡ଼ି କର୍ମୀ ଓ ବ୍ଳକ କର୍ମଚାରୀ ବୃନ୍ଦ ସହଯୋଗ କରିଥିଲେ।


