ପଞ୍ଚାୟତ ସ୍ତରୀୟ ମିଳିତ ଜନଶୁଣାଣୀ
ବୁଗୁଡା , (ଅନୀଲ କୁମାର ମହାରଣା) : ଗଂଜାମ ଜିଲ୍ଲା ଅନ୍ତର୍ଗତ ବୁଗୁଡା ବ୍ଳକର ଖୋଳଖାଳି ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟରେ ପଞ୍ଚାୟତ ସ୍ତରୀୟ ମିଳିତ ଜନଶୁଣାଣୀ ସେପ୍ଟେମ୍ବର ୦୯ ତାରିଖ ଦିନ ଅନୁଷ୍ଠିତ ହୋଇଯାଇଛି। ବୁଗୁଡା ବ୍ଲକ ବିଡ଼ିଓ ଦୁତିକୃଷ୍ଣ ପାତ୍ରଙ୍କ ତତ୍ତ୍ୱାବଧାନରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ଛତ୍ରପୁର ଅତିରିକ୍ତ ଜିଲ୍ଲା କଲେକ୍ଟର ସୁନୀଲ କେରେକେଟା, ବୁଗୁଡା ଅତିରିକ୍ତ ତହସିଲଦାର ସୁନନ୍ଦ ଶେଖର ସାହାଣୀ, ଏବିଡ଼ିଓ ଧର୍ମରାଜ ପରିଡା ଓ ବିଭିନ୍ନ ବିଭାଗର ଅଧିକାରୀ ବୃନ୍ଦ ଯୋଗଦେଇଥିଲେ। ଖୋଳଖାଳି ପଞ୍ଚାୟତର ବିଭିନ୍ନ ଗ୍ରାମରୁ ଗୋଟି ଅଭିଯୋଗ ପଞ୍ଜିକରଣ ହୋଇଥିଲା। ସେଥି ମଧ୍ୟରୁ ୩୦ ଗୋଟି ଅଭିଯୋଗ ପଞ୍ଜିକରଣ ହୋଇଥିବା ବେଳେ ୨୫ ଗୋଟି ବ୍ୟକ୍ତିଗତ ଅଭିଯୋଗ ଓ ୫ ଗୋଟି ଗୋଷ୍ଠୀଗତ ଅଭିଯୋଗ ଥିଲା। ସେଥି ମଧ୍ୟରୁ ୨୦ ଗୋଟି ଅଭିଯୋଗ ଜନଶୁଣାଣୀ ଶିବିରରେ ସମାଧାନ ହୋଇଥିଲା। ଏହି କାର୍ଯ୍ୟକ୍ରମରେ ବୁଗୁଡା ବ୍ଳକର କର୍ମଚାରୀ ବୃନ୍ଦ ଓ ଖୋଳଖାଳି ପିଇଓ ସହଯୋଗ କରିଥିଲେ।


