ପଞ୍ଚାୟତସ୍ତରୀୟ ମିଳିତ ଜନଶୁଣାଣି
ପୋଲସରା, (ଅନୀଲ କୁମାର ମହାରଣା) : ପୋଲସରା ବ୍ଲକ ଅନ୍ତର୍ଗତ ନିମିନା ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ନଭେମ୍ବର ୧୦ ତାରିଖ ଦିନ ପଞ୍ଚାୟତ ସ୍ତରୀୟ ମିଳିତ ଜନଶୁଣାଣି କାର୍ଯ୍ୟକ୍ରମ ବିଡ଼ିଓ ଶଶୀ ଭୂଷଣ ମହାପାତ୍ରଙ୍କ ତତ୍ୱାବଧାନରେ ଅନୁଷ୍ଠିତ ହୋଇଯାଇଛି। ଜନଶୁଣାଣୀ କାର୍ଯ୍ୟକ୍ରମରେ ନିମିନା ପଞ୍ଚାୟତ ଅନ୍ତର୍ଗତ ବିଭିନ୍ନ ଗ୍ରାମର ମୋଟ ୮୧ ଟି ଅଭିଯୋଗ ପଞ୍ଜିକରଣ ହୋଇଥିଲା। ସେଥି ମଧ୍ୟରୁ ୩୫ ଟି ଅଭିଯୋଗର ଶିବିରରେ ସମାଧାନ ହୋଇଇଥିଲା। ସେମାନଙ୍କ ମଧ୍ୟରୁ ୨୦ ଜଣଙ୍କୁ ନୂତନ ରାସନ କାର୍ଡ ପ୍ରଦାନ କରାଯାଇଥିବା ବେଳେ ୫ ଜଣଙ୍କୁ ଗୃହ ନିର୍ମାଣ ପାଇଁ କାର୍ଯ୍ୟଦେଶ ଏବଂ ୧୦ ଜଣଙ୍କୁ ଘର ପଟ୍ଟା ଦିଆଯାଇଥିଲା। ଉକ୍ତ କାର୍ଯ୍ୟକ୍ରମରେ ପୋଲସରା ତହସିଲଦାର ଦିପ୍ତିମୟୀ ପାତ୍ର, ଏବିଡିଓ ସୋନମ୍ ବେହେରା, ବ୍ଳକ ପ୍ରାଣୀଧନ ଚିକିତ୍ସାଧିକାରୀ ଡାକ୍ତର ଭକ୍ତ ଚରଣ ଦଳାଇ, ଆଇଆଇସି କୌଶିକ ମାଝୀ ଉପସ୍ଥିତ ରହି ଅଭିଯୋଗ ଗ୍ରହଣ କରିଥିଲେ। ସରପଞ୍ଚ ମାମା ସାହୁ , ସମିତି ସଭ୍ୟ ଉଷା ରାଣୀ ସାହୁ, ଖାଦ୍ୟଯୋଗାଣ ଅଧିକାରୀ ସନ୍ଦୀପ କୁମାର ବେହେରା, ପୂର୍ତ୍ତ ବିଭାଗ କନିଷ୍ଠ ଯନ୍ତ୍ରୀ ଜ୍ୟୋତ୍ସ୍ନା ରାଣୀ ଦେହୁରୀ, ପାନୀୟ ଜଳ ଯୋଗାଣ ସହକାରୀ ଯନ୍ତ୍ରୀ ସ୍ଵରୁପ ତ୍ରୀପାଠୀ, ବ୍ଳକ ସହକାରୀ ଯନ୍ତ୍ରୀ ଇନ୍ଦ୍ରମଣି ସାହୁ, ଗ୍ରାମ୍ଯ ନିର୍ମାଣ ବିଭାଗ ସହକାରୀ ଯନ୍ତ୍ରୀ ସଞ୍ଜିବ ପାତ୍ର, କ୍ଷୁଦ୍ର ଜଳ ସେଚନ ବିଭାଗ ସହକାରୀ ଯନ୍ତ୍ରୀ ସନୁଜ୍ କୁମାର, ଯନ୍ତ୍ରୀ ଶ୍ରୀକାନ୍ତ ଜେନା ସମେତ ବିଭିନ୍ନ ବିଭାଗର କର୍ମଚାରୀ ଜନଶୁଣାଣୀରେ ଯୋଗଦେଇଥିଲେ। ପିଇଓ ପ୍ରଣୟ ପଟ୍ଟନାୟକଙ୍କ ସମେତ ଜନଶୁଣାଣୀ ଅଧିକାରୀଣୀ ଲିପ୍ସା ରାଣୀ ଭଞ୍ଜ, ଜିଆରଏସ୍, ଅଙ୍ଗନବାଡ଼ି କର୍ମୀ ଓ ବ୍ଳକ କର୍ମଚାରୀ ବୃନ୍ଦ ସହଯୋଗ କରିଥିଲେ।


