ପଞ୍ଚାୟତ ସ୍ତରୀୟ ମିଳିତ ଜନଶୁଣାଣି
ବୁଗୁଡ଼ା (ଅନୀଲ କୁମାର ମହାରଣା) : ଗଞ୍ଜାମ ଜିଲ୍ଲା ଅନ୍ତର୍ଗତ ବୁଗୁଡ଼ା ବ୍ଲକର ବି.କରଡ଼ାବାଡି ପଞ୍ଚାୟତ ପରିସରରେ ବୁଗୁଡା ବିଡ଼ିଓ ଦୁତିକୃଷ୍ଣ ପାତ୍ରଙ୍କ ତତ୍ତ୍ଵାବଧାନରେ ମିଳିତ ଜନଶୁଣାଣି ଶିବିର ଡିସେମ୍ବର ୨୨ ତାରିଖ ଦିନ ଅନୁଷ୍ଠିତ ହୋଇଯାଇଛି। କାର୍ଯ୍ୟକ୍ରମରେ ବୁଗୁଡା ତହସିଲଦାର ତାପସ ରାଉତ ଓ ଏବିଡିଓ ଧର୍ମରାଜ ପରିଡା ଉପସ୍ଥିତ ରହି ଲୋକମାନଙ୍କ ବିଭିନ୍ନ ଅଭିଯୋଗ ଗ୍ରହଣ କରିଥିଲେ । ଏଥିରେ ମୋଟ ୪୬ ଗୋଟି ଅଭିଯୋଗ ପଞ୍ଜିକରଣ ହୋଇଥିବା ବେଳେ ୪୪ ଗୋଟି ଅଭିଯୋଗର ସମାଧାନ ହୋଇଥିଲା ବେଳେ ଅନ୍ୟ ବିଭାଗର ୨ ଅଭିଯୋଗ ସମାଧାନ ହୋଇପାରିନଥିଲା। ବିଭିନ୍ନ ବିଭାଗର ଅଧିକାରୀ ଓ କର୍ମଚାରୀ ବୃନ୍ଦ କାର୍ଯ୍ୟକ୍ରମରେ ଉପସ୍ଥିତ ଥିଲେ। ଜନଶୁଣାଣି ଅଫିସର ଜ୍ୟୋତିରଞ୍ଜନ ସାହୁ କାର୍ଯ୍ୟକ୍ରମ ପରିଚାଳନା କରିଥିବା ବେଳେ ପିଇଓ , ଅଙ୍ଗନୱାଡି କର୍ମୀ ଓ ବ୍ଲକ କର୍ମଚାରୀ ବୃନ୍ଦ ସହଯୋଗ କରିଥିଲେ।


