ତାକରଡାରେ ପଞ୍ଚାୟତ ସ୍ତରୀୟ ମିଳିତ ଜନଶୁଣାଣି

ବୁଗୁଡା(ଅନୀଲ କୁମାର ମହାରଣା): ବୁଗୁଡା ବ୍ଲକ ଅନ୍ତର୍ଗତ ତାକରଡା ପଞ୍ଚାୟତରେ ଜାନୁଆରୀ ୫ ତାରିଖ ଦିନ ପଞ୍ଚାୟତ ସ୍ତରୀୟ ମିଳିତ ଜନଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି । ବୁଗୁଡା ବିଡିଓ ଦୁତିକୃଷ୍ଣ ପାତ୍ରଙ୍କ ତତ୍ତ୍ଵାବଧାନରେ ଆୟୋଜିତ କାର୍ଯ୍ୟକ୍ରମରେ ତହସିଲଦାର ତାପସ ରାଉତ, ଏବିଡିଓ ଧର୍ମରାଜ ପରିଡା, ସିଡିପିଓ ବବିତା କୁମାରୀ ପଣ୍ଡା ଓ ତାକରଡା ପଞ୍ଚାୟତ ସରପଞ୍ଚ ପ୍ରମୁଖ ଜନସାଧାରଣଙ୍କ ଅଭିଯୋଗ ଗ୍ରହଣ କରିଥିଲେ। ମୋଟ ୨୬ ଟି ଅଭିଯୋଗ ପଞ୍ଜିକୃତ ହୋଇଥିବା ବେଳେ ସେଥିରୁ ୧୬ ଟି ଅଭିଯୋଗ ବ୍ୟକ୍ତିଗତ ଓ ୧୦ ଟି ଗୋଷ୍ଠୀଗତ ଅଭିଯୋଗ ଥିଲା। ଶିବିରରେ ତତ୍କାଳୀନ ୧୯ ଟି ଅଭିଯୋଗ ସମାଧାନ ହୋଇଥିଲା। ଏହି କାର୍ଯ୍ୟକ୍ରମରେ ମେଡ଼ିକାଲ ଅଫିସର, ସହକାରୀ ନିର୍ବାହୀ ଯନ୍ତ୍ରୀ, ବିଏସଏସଓ ପ୍ରମୁଖଙ୍କ ସମେତ ବିଭିନ୍ନ ବିଭାଗର ଅଧିକାରୀ ଓ କର୍ମଚାରୀ ବୃନ୍ଦ ଯୋଗଦେଇଥିଲେ। କାର୍ଯ୍ୟକ୍ରମକୁ ଜନଶୁଣାଣି ଅଫିସର ଜ୍ୟୋତି ରଞ୍ଜନ ସାହୁ ପରିଚାଳନା କରିଥିବା ବେଳେ ତାକରଡା ପଞ୍ଚାୟତ ପିଇଓ, ଏଡିଇଓ ଙ୍କ ସମେତ ଅଙ୍ଗନବାଡ଼ି କର୍ମୀ ଓ ବ୍ଳକ କର୍ମଚାରୀ ବୃନ୍ଦ ସହଯୋଗ କରିଥିଲେ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ