ପଞ୍ଚାୟତସ୍ତରୀୟ ଜନଶୁଣାଣି

ବୁଗୁଡା, (ଅନୀଲ କୁମାର ମହାରଣା) : ବୁଗୁଡା ବ୍ଲକ ଅନ୍ତର୍ଗତ ଖୋଳଖାଳି ପଞ୍ଚାୟତରେ ମାର୍ଚ୍ଚ ୨୩ ତାରିଖ ଦିନ ପଞ୍ଚାୟତ ସ୍ତରୀୟ ଦ୍ଵିତୀୟ ପର୍ଯ୍ୟାୟ ମିଳିତ ଜନଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି । ବୁଗୁଡା ବିଡିଓ ଦୁତିକୃଷ୍ଣ ପାତ୍ରଙ୍କ ତତ୍ତ୍ଵାବଧାନରେ ଖୋଳଖାଳି ପଞ୍ଚାୟତ ସ୍ଥରୀୟ ମିଳିତ ଜନଶୁଣାଣି କାର୍ଯ୍ୟକ୍ରମ  ଅନୁଷ୍ଠିତ ହୋଇଥିଲା। ଏହି ମିଳିତ ଜନଶୁଣାଣି ଶିବିରରେ ବୁଗୁଡା ତହସିଲଦାର ତାପସ ରାଉତ, ଆଇଆଇସି ସିତାଂଶୁ ଶେଖର ମାନ୍ଧାତା, ସ୍ଥାନୀୟ ସରପଞ୍ଚ ଓ ସମିତି ସଭ୍ୟ ଜନସାଧାରଣଙ୍କ ଅଭିଯୋଗ ଗ୍ରହଣ କରିଥିଲେ। ମୋଟ ୧୬ ଟି ଅଭିଯୋଗ ପଞ୍ଜିକୃତ ହୋଇଥିବା ବେଳେ ୭ ଟି ବ୍ୟକ୍ତିଗତ ଅଭିଯୋଗ ଓ ୯ ଟି ଗୋଷ୍ଠୀଗତ ଅଭିଯୋଗ ପଞ୍ଜିକୃତ ହୋଥିଲା। ଶିବିରରେ ତତ୍କାଳୀନ ୧୪ ଟି ଅଭିଯୋଗ ସମାଧାନ ହୋଇଥିଲା। ଏହି କାର୍ଯ୍ୟକ୍ରମରେ ବ୍ଲକ ଏଇଇ ରାଜୀବ ଚରଣ ପ୍ରଧାନ, ସିଡିପିଓ ବବିତା କୁମାରୀ ପଣ୍ଡା, ବିଏସଏସଓ ରାମଚନ୍ଦ୍ର ଜେନା, ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଡାକ୍ତର ପଦରାବିନ୍ଦ ଷଡଙ୍ଗୀ, ଆରଡ଼ି ଜେଇ ପପୁ ସାହୁଙ୍କ ସମେତ ବିଭିନ୍ନ ବିଭାଗର ଅଧିକାରୀ ଓ କର୍ମଚାରୀ ବୃନ୍ଦ ଉପସ୍ଥିତଥିଲେ। କାର୍ଯ୍ୟକ୍ରମକୁ ଜନଶୁଣାଣି ଅଫିସର ଜ୍ୟୋତି ରଞ୍ଜନ ସାହୁ ପରିଚାଳନା କରିଥିବା ବେଳେ ଖୋଳଖାଳି ପଞ୍ଚାୟତ ପିଇଓ, ଏଡିଇଓ ଙ୍କ ସମେତ ଅଙ୍ଗନବାଡ଼ି କର୍ମୀ ଓ ବ୍ଳକ କର୍ମଚାରୀ ବୃନ୍ଦ ସହଯୋଗ କରିଥିଲେ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ