ପଟ୍ଟାମୁଣ୍ଡାଇ ବିଇଓଙ୍କ ପରଲୋକ

କେନ୍ଦ୍ରାପଡ଼ା,(ଚିତ୍ତ ରଞ୍ଜନ ଦାଶ):କେନ୍ଦ୍ରାପଡା ସଦର ଥାନା ଅଧିନ ଜଣ୍ଟିଲୋ ଗ୍ରାମର ବାସିନ୍ଦା ତଥା ପଟ୍ଟାମୁଣ୍ଡାଇ ମଣ୍ଡଳ ଶିକ୍ଷାଧିକାରୀ ଅଜୟ କୁମାର ବାରିକଙ୍କର ୫୯ବର୍ଷ ବୟସରେ କଟକ-ଚାନ୍ଦବାଲି ରାଜ୍ୟ ରାଜପଥର ଜଣ୍ଟିଲୋ ଛକ ନିକଟରେ ଥିବା କଳିଙ୍ଗ ଚିକିତ୍ସାଳୟରେ ହୃଦଘାତରେ ପରଲୋକ ହୋଇଯାଇଛି। ମୃତ୍ୟୁ ଶଯ୍ୟା ନିକଟରେ ପୁତ୍ର, ପତ୍ନୀ, ବନ୍ଧୁ ଓ ପରିବାର ବର୍ଗ ଉପସ୍ଥିତ ଥିଲେ। ତାଙ୍କ ବିୟୋଗ ଖବର ପାଇ କେନ୍ଦ୍ରାପଡା ବିଧାୟକ ଗଣେଶ୍ୱର ବେହେରା, ରାଜନଗର ବିଧାୟକ ଧ୍ରୁବ ଚରଣ ସାହୁ, ଯୁବନେତା ରାଜେଶ ପଣ୍ଡାଙ୍କ ସମେତ ବହୁ ବିଶିଷ୍ଟବ୍ୟକ୍ତି ତାଙ୍କ ଜଣ୍ଟିଲୋସ୍ଥିତ ବାସଭବନରେ ପହଞ୍ଚି ସ୍ୱର୍ଗତ ବାରିକଙ୍କ ଶେଷଦର୍ଶନ କରିବା ସହ ଶ୍ରଦ୍ଧାସୁମନ ଅର୍ପଣ କରିଥିଲେ। ଗ୍ରାମ ଶ୍ମଶାନରେ ତାଙ୍କ ଶେଷକୃତ୍ୟ ସମ୍ପନ୍ନ ହୋଇଥିବା ବେଳେ ଜ୍ୟେଷ୍ଠପୁତ୍ର କ୍ଷିତିଶ ମୁଖାଗ୍ନି ଦେଇଥିଲେ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ