ଅଲଣାହାଟ ଉଚ୍ଚ ବିଦ୍ୟାଳୟରେ ପିଏମ୍ ଶ୍ରୀ ଉତ୍ସବ

ନାଉଗାଁ,(ଓ୍ବାଇଏନଏସ):ଜଗତସିଂହପୁର ଜିଲ୍ଲା ନାଉଗାଁ ବ୍ଲକ ଅନ୍ତର୍ଗତ ଅଲଣାହାଟ ଉଚ୍ଚ ବିଦ୍ୟାଳୟରେ ବିଦ୍ୟାଳୟସ୍ତରୀୟ ପିଏମ୍ ଶ୍ରୀ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ବିଦ୍ୟାଳୟର ପ୍ରଧାନ ଶିକ୍ଷକ ବିଶ୍ୱମ୍ଭର ମଲ୍ଲିକଙ୍କ ଅଧ୍ୟକ୍ଷତାରେ ଆୟୋଜିକ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଜଗତସିଂହପୁର ଅତିରିକ୍ତ ଜିଲ୍ଲା ଶିକ୍ଷାଧିକାରୀ ରାଜ୍ୟଶ୍ରୀ ସାହୁ, ମୁଖ୍ୟବକ୍ତା ଭାବେ ଅଳକା ମହାବିଦ୍ୟାଳୟର ପ୍ରାକ୍ତନ ଅଧ୍ୟକ୍ଷ ଡ.ରୁଦ୍ରନାରାୟଣ ମିଶ୍ର,ଜିଲ୍ଲା ବିଜ୍ଞାନ ପରିଦର୍ଶକ ଜୀବନ କୁମାର ସାହୁ,ସମ୍ମାନନୀୟ ଅତିଥି ଉତ୍କଳରଂଜନ ମହାନ୍ତି, ରାଜକିଶୋର ମହାନ୍ତି, ପଂଚଶଖା ଶିକ୍ଷାସେତୁ କମିଟିର ସଭାପତି ପ୍ରକାଶ ଚନ୍ଦ୍ର ରାୟ, ସଂପାଦକ ବିରଂଚି ନାରାୟଣ ମିଶ୍ର, ବିଦ୍ୟାଳୟ ପରିଚାଳନା କମିଟିର ସଭାପତି ପବିତ୍ର କୁମାର ମନନ୍ଥ, ରବିନ୍ଦ୍ର ପଟ୍ଟନାୟକ ପ୍ରମୁଖ ଯୋଗ ଦେଇ ପିଏମ୍ ଶ୍ରୀ ଉତ୍ସବର ଅଭିମୁଖ୍ୟ ତଥା ଶିିକ୍ଷକ,ଶିକ୍ଷୟିତ୍ରୀଙ୍କ ଗୁରୁଦାୟିତ୍ୱ ବାବଦରେ ବକ୍ତବ୍ୟ ରଖିଥିଲେ। ଏହି ପରିପ୍ରେକ୍ଷୀରେ ଆକାଂକ୍ଷା ମେଳା, ଇନସ୍ପାୟାରିଂ ଓଡିଶା ୨୦୩୬, ଆକାଂକ୍ଷା ଛାତ୍ର ପରିଷଦ ଆଦି ପ୍ରଦର୍ଶନ କରାଯାଇଥିଲା। ଏହି କାର୍ଯ୍ୟକ୍ରମରେ ଛାତ୍ରଛାତ୍ରୀମାନଙ୍କ ଦ୍ୱାରା ସାଂସ୍କୃତିକ କାର୍ଯ୍ୟକ୍ରମମାନ କରାଯାଇଥିଲା। ଶିକ୍ଷକ ଅମୂଲ୍ୟ ମିଶ୍ର ମଂଚ ପରିଚାଳନା କରିଥିବା ବେଳେ ଭାରାପ୍ରାପ୍ତ ପ୍ରଧାନ ଶିକ୍ଷକ ବସନ୍ତ କୁମାର ସ୍ୱାଇଁ ଧନ୍ୟବାଦ ଅର୍ପଣ କରିଥିଲେ। ବିଦ୍ୟାଳୟର ସମସ୍ତ ଶିକ୍ଷକ,ଶିକ୍ଷୟିତ୍ରୀ କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ