ପୋଲସରା କଲେଜରେ ଶିକ୍ଷା ବିଭାଗର ନବାଗତ ଛାତ୍ରଛାତ୍ରୀଙ୍କୁ ସ୍ୱାଗତ

ପୋଲସରା, (ଅନୀଲ କୁମାର ମହାରଣା) : ଗଞ୍ଜାମ ଜିଲ୍ଲା ଅନ୍ତର୍ଗତ ପୋଲସରା ବିଜ୍ଞାନ ମହାବିଦ୍ୟାଳୟର ଶିକ୍ଷା ବିଭାଗରେ ନବାଗତ +୩ ପ୍ରଥମ ବର୍ଷର ଛାତ୍ରଛାତ୍ରୀମାନଙ୍କୁ ସ୍ୱାଗତ ପ୍ରଦାନ ପାଇଁ ସ୍ୱାଗତ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। କଲେଜର ପ୍ରିନ୍ସପାଲ ଡକ୍ଟର ଦିଲ୍ଲୀପ କୁମାର ନାୟକଙ୍କ ଅଧ୍ୟକ୍ଷତାରେ ଶିକ୍ଷା ବିଭାଗର ତୃତୀୟ ବର୍ଷ ଓ ଦ୍ଵିତୀୟ ବର୍ଷର ଛାତ୍ରଛାତ୍ରୀମାନଙ୍କ ଦ୍ୱାରା ସ୍ୱାଗତ ଉତ୍ସବ ଅନୁଷ୍ଠିତ ହୋଇଥିଲା। ପ୍ରଥମେ ଶିକ୍ଷା ବିଭାଗର +୩ ପ୍ରଥମ ବର୍ଷ ଛାତ୍ରଛାତ୍ରୀମାନଙ୍କୁ ପୁଷ୍ପ ଓ ଚନ୍ଦନ ଦେଇ ସ୍ୱାଗତ କରାଯାଇଥିଲା।  ଶିକ୍ଷା ବିଭାଗର ମୁଖ୍ୟ ପ୍ରକାଶ ଚନ୍ଦ୍ର ସାହୁଙ୍କ ସଂଯୋଜନାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଦର୍ଶନ ବିଭାଗର ପ୍ରାଧ୍ୟାପକ ରୁଦ୍ର ପ୍ରସାଦ ଗୌଡ଼ ଛାତ୍ରଛାତ୍ରୀମାନଙ୍କୁ ଉତ୍ତମ ଶୈକ୍ଷିକ ବାତାବରଣ ସୃଷ୍ଟି କରି ଶିକ୍ଷା ଗ୍ରହଣ ପରିବାକୁ ପରାମର୍ଶ ଦେଇଥିଲେ। ସମ୍ମାନିତ ଅତିଥି ଭାବେ ଓଡ଼ିଆ ଅଧ୍ୟାପକ ଡକ୍ଟର ବିରଞ୍ଚି ନାରାୟଣ ରଥ ଛାତ୍ରଛାତ୍ରୀମାନଙ୍କୁ ଗଳ୍ପ ମାଧ୍ୟମରେ ଉପଦେଶ ଦେଇଥିବା ବେଳେ ଅର୍ଥନୀତି ବିଭାଗର ମୁଖ୍ୟ ଡ଼କ୍ଟର ମନୋଜ କୁମାର ସାହୁ ଛାତ୍ରଛାତ୍ରୀମାନଙ୍କୁ ଶୃଙ୍ଖଳିତ ଜୀବନ କିପରି ମହତ୍ୱପୂର୍ଣ୍ଣ ତାହା ବର୍ଣ୍ଣନା କରିଥିଲେ। କ୍ରୀଡା ଅଧ୍ୟାପକ ଦୀପକ କୁମାର ସ୍ୱାଇଁ ଛାତ୍ରଛାତ୍ରୀମାନଙ୍କୁ ଜୀବନର ମହତ୍ୱ କଣ ତାହା ଦର୍ଶାଇ ଥିଲେ। ଶେଷରେ ଶିକ୍ଷା ବିଭାଗର ଅଧ୍ୟାପକ ଶ୍ରୀକାନ୍ତ ପ୍ରଧାନ ଧନ୍ୟବାଦ ଅର୍ପଣ କରିଥିଲେ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ