ସ୍ୱାଧୀନତା ଦିବସ ପାଳନ ପାଇଁ ପ୍ରସ୍ତୁତି ବୈଠକ

କେନ୍ଦ୍ରାପଡ଼ା,(ଚିିତ୍ତ ରଞ୍ଜନ ଦାଶ) :କେନ୍ଦ୍ରାପଡ଼ା ସଦରମହକୁମାରେ ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ-୨୦୨୫ ପାଳନ ନିମନ୍ତେ ଏକ ପ୍ରସ୍ତୁତି ବୈଠକ ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଅଜାମ୍ବର ମହାନ୍ତିଙ୍କ ଅଧ୍ୟକ୍ଷତାରେ ଶନିବାର ପୂର୍ବାହ୍ନରେ ଜିଲ୍ଲାପରିଷଦ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି। ସ୍ୱାଧୀନତା ଦିବସର ସଫଳ ଆୟୋଜନ ନିମନ୍ତେ ମୁଖ୍ୟ ଉନ୍ନୟନ ଅଧିକାରୀ ସମସ୍ତଙ୍କର ସହଯୋଗ କାମନା କରିଥିଲେ। ପବିତ୍ର ଜାତୀୟ ଦିବସ ପାଳନ ଅବସରରେ ସକାଳ ଘ୯.୧୫ମି. ସମୟରେ ଦିବସର ମୁଖ୍ୟ ଅତିଥି କେନ୍ଦ୍ରାପଡା ମହାବିଦ୍ୟାଳୟ ପଡିଆଠାରେ ଜାତୀୟ ପତାକା ଉତ୍ତୋଳନ କରି ଅଭିଭାଷଣ ପ୍ରଦାନ କରିବେ। ପ୍ରାରମ୍ଭରେ ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଫକୀର ମୋହନ ମାଝୀ ସ୍ୱାଗତ ଭାଷଣ ପ୍ରଦାନ କରିବା ସହିତ ପ୍ରସ୍ତୁତ ବୈଠକ ବିବରଣୀ ପାଠ କରିଥିଲେ। କାର୍ଯ୍ୟସୂଚୀ ଅନୁଯାୟୀ ଆଲୋଚନା ପରେ ସ୍ଥିର ହେଲା ଯେ, ସ୍ୱାଧୀନତା ଦିବସ ଦିନ ପ୍ରତ୍ୟୁଷ ୪.୩୦ ସମୟରେ ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ଡାକବାଜି ଯନ୍ତ୍ରଦ୍ୱାରା ପୌରାଞ୍ଚଳରେ ରାମଧୂନ୍ ପରିବେଷଣ କରାଯିବ। ସକାଳ ଘ ୭.୩୦ମିନିଟ୍ ସୁଦ୍ଧା ସମସ୍ତ ସରକାରୀ, ବେସରକାରୀ କାର୍ଯ୍ୟାଳୟ, ଶିକ୍ଷାନୁଷ୍ଠାନ, ଶିଳ୍ପାନୁଷ୍ଠାନ, ବାଣିଜ୍ୟ ଅନୁଷ୍ଠାନ ମାନଙ୍କରେ ଜାତୀୟ ପତାକା ଉତ୍ତୋଳନ କରାଯାଇ ସନ୍ଧ୍ୟା ପୂର୍ବରୁ ସମ୍ମାନର ସହ ଅବତରଣ କରିବେ। ସକାଳ ଘ୯.୧୫ମିନିଟ୍ ସମୟରେ କେନ୍ଦ୍ରାପଡା ସ୍ୱୟଂଶାସିତ ମହାବିଦ୍ୟାଳୟ ପଡିଆଠାରେ ମୁଖ୍ୟଅତିଥିଙ୍କ ଦ୍ୱାରା ଜାତୀୟ ପତକା ଉତ୍ତୋଳନ କରାଯିବ। ପୁରସ୍କାର ବିତରଣ, ସାଂସ୍କୃତିକ କାର୍ଯ୍ୟକ୍ରମ ଆୟୋଜିତ ହେବ। ପରେ ମୁଖ୍ୟ ଅତିଥି ସ୍ଥାନୀୟ କାରାଗାର ଓ ଜିଲ୍ଲା ଚିକିତ୍ସାଳୟରେ ରୋଗୀ ଏବଂ ଅନ୍ତେବାସୀଙ୍କୁ ମିଷ୍ଟାନ ବଣ୍ଟନ କରିବାର କାର୍ଯ୍ୟକ୍ରମ ରହିଛି। ସ୍ୱାଧୀନତା ଦିବସ ଉପଲକ୍ଷେ ଛାତ୍ରଛାତ୍ରୀ ମାନଙ୍କ ମଧ୍ୟରେ ବିଭିନ୍ନ ପ୍ରତିଯୋଗିତା ଅନୁଷ୍ଠିତ ହେବ। ଏହା ସହିତ ଏହି ଜାତୀୟ ଦିବସକୁ ଶୃଙ୍ଖଳିତ ଆୟୋଜନ ନିମନ୍ତେ ବିଭିନ୍ନ ବିଭାଗକୁ ଦାୟିତ୍ୱ ଅର୍ପଣ କରାଯାଇଛି। ଏହି ବୈଠକରେ ଅନ୍ୟମାନଙ୍କ ମଧ୍ୟରେ କେନ୍ଦ୍ରାପଡ଼ା ବିଡିଓ ଅଭିଷେକ ସ୍ୱାଇଁ, ରିଜର୍ଭ ଇନ୍ସପେକ୍ଟର ପ୍ରଶାନ୍ତ କୁମାର ରଣସିଂ, ଜିଲ୍ଲା ସଂସ୍କୃତି ଅଧିକାରୀ ତ୍ରିଭୁବନ ଜୟସିଂ, ଜିଲ୍ଲା କ୍ରୀଡା ଅଧିକାରୀ ଲୋକନାଥ ପାଣିଗ୍ରାହୀ, ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ବିଜୟ କେତନ ସାହୁଙ୍କ ସମେତ ବିଭିନ୍ନ ବିଭାଗୀୟ ଅଧିକାରୀ, ଶିକ୍ଷାନୁଷ୍ଠାନର ଶିକ୍ଷକ ଶିକ୍ଷୟତ୍ରୀ, ବ୍ୟାଙ୍କ ଅଧିକାରୀ ପ୍ରମୁଖ ଉପସ୍ଥିତ ରହି ସୁଚିନ୍ତିତ ମତାମତ ପ୍ରଦାନ କରିଥିଲେ। ଶେଷରେ ଉପଖଣ୍ଡ ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଅଶୋକ ବଳିଆରସିଂହ ଆନୁଷ୍ଠାନିକ ଧନ୍ୟବାଦ ଅର୍ପଣ କରିଥିଲେ ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ