ହବିଷ୍ୟାଳୀଙ୍କ ପଞ୍ଚୁକ ବ୍ରତ ପାଳନ ପାଇଁ ପ୍ରସ୍ତୁତି ବୈଠକ

କେନ୍ଦ୍ରାପଡ଼ା,(ଚିତ୍ତ ରଞ୍ଜନ ଦାଶ): ଗରାପୁରସ୍ଥିତ ଶିବାନନ୍ଦ ଆଶ୍ରମ ପରିସରରେ ଶ୍ରୀମା ସ୍ୱାମୀ ଦିବ୍ୟସ୍ୱରୂପାନନ୍ଦ ସରସ୍ୱତୀଙ୍କ ଅଧ୍ୟକ୍ଷତାରେ ତୁଳସୀକ୍ଷେତ୍ରରେ ହବିଷ୍ୟାଳୀମାନଙ୍କ କାର୍ତ୍ତିକ ପଞ୍ଚୁକ ବ୍ରତ ପାଳନ ପାଇଁ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଚଳିତ ଅକ୍ଟୋବରମାସ ୩୧ତାରିଖ ଠାରୁ ନଭେମ୍ବରମାସ ୫ତାରିଖ ପର୍ଯ୍ୟନ୍ତ ତୁଳସୀକ୍ଷେତ୍ରରେ ଏହି ବ୍ରତ ପାଳନ କରାଯିବ। ଶ୍ରୀବଳଦେବଜୀଉଙ୍କ ଯାତ୍ରୀନିବାସରେ ହବିଷ୍ୟାଳୀମାନଙ୍କ ପାଇଁ କାର୍ତ୍ତିକ ପଞ୍ଚୁକ ବ୍ରତ ପାଳନ ଅବସରରେ ଦୈନିକ ବିଭିନ୍ନ ସାଧୁସନ୍ଥମାନଙ୍କ ଦ୍ୱାରା ଆଧ୍ୟାତ୍ମିକ ପ୍ରବଚନ, ଆଲୋଚନା ଚକ୍ର ଓ ସଂକୀର୍ତ୍ତନ କରାଯିବାକୁ ନିଷ୍ପତ୍ତି ଗ୍ରହଣ କରାଯାଇଥିଲା। ଏଥିପାଇଁ ଆବଶ୍ୟକ ପ୍ରସ୍ତୁତି କିଭଳି କରାଯିବ ସେଥିନିମନ୍ତେ ଯଥାଯଥ ଭାବେ କାର୍ତ୍ତିକ ପଞ୍ଚୁକ ବ୍ରତ ବିଧି ମୁତାବକ ପାଳନ ପାଇଁ କାର୍ଯ୍ୟସୂଚୀ ପ୍ରସ୍ତୁତ କରାଯାଇଥିଲା। ପ୍ରସ୍ତୁତି ବୈଠକରେ ଜିଲ୍ଲା ପରିଷଦ ସଭାପତି ଲିଲିତା ଦାସ, ଜିଲ୍ଲା ବିଜେପି ସଭାପତି ଶଶାଙ୍କଶେଖର ସେଠୀ, ବିଜେପି ନେତ୍ରୀ ଗିତାଞ୍ଜଳୀ ସେଠୀ, ଅଭିମନ୍ୟୁ ଗୋଛାୟତ, ଗୋଲଖ ଚନ୍ଦ୍ର ବେହେରା, ଅମୀୟ ପଣ୍ଡା, ବଳଦେବସେନାର ସଭାପତି ପପୁନ ସ୍ୱାଇଁ, ସେନାର ସମ୍ପାଦକ ଓ ଅନ୍ୟ ସଦସ୍ୟମାନେ, ଦ୍ରୈାପଦୀ ରାଉତ, ରୀତାଞ୍ଜଳି ନାଥ, ପାର୍ବତୀ ବେହେରା ପ୍ରମୁଖ ଯୋଗଦେଇ ଆଲୋଚନାରେ ଅଂଶଗ୍ରହଣ କରିଥିଲେ। ଏସମ୍ପର୍କରେ କର୍ମକର୍ତ୍ତାମାନେ ଜିଲ୍ଲାପାଳଙ୍କ ସହ କଥାବାର୍ତ୍ତା ହୋଇଥିବା ପ୍ରକାଶ କରିଥିଲେ। ବ୍ରହ୍ମଚାରୀ ନୃସିଂହ ନାଥ ଶେଷରେ ଧନ୍ୟବାଦ ଅର୍ପଣ କରିଥିଲେ। ତୁଳସୀକ୍ଷେତ୍ରରେ ରହି କାର୍ତ୍ତିକ ପଞ୍ଚୁକ ବ୍ରତ ପାଳନ କରିବାକୁ ଚାହୁଁଥିବା ମା’ମାନେ ଯଥାଶୀଘ୍ର ଗରାପୁର ଶିବାନନ୍ଦ ଆଶ୍ରମ ସହିତ ଯୋଗାଯୋଗ କରିବାକୁ ଆଶ୍ରମ ପକ୍ଷରୁ ନିବେଦନ କରାଯାଇଛି।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ