ଆସିକା ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟର ପୁରସ୍କାର ବିତରଣ ଉତ୍ସବ
ଆସିକା (ୱାଇଏନ୍ଏସ୍): ଆସିକା ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟର ପୁରସ୍କାର ବିତରଣ ଉତ୍ସବ ଶନିବାର ଏକ ମନୋଜ୍ଞ ପରିବେଶ ମଧ୍ୟରେ ଅନୁଷ୍ଠିତ ହୋଇଯାଇଛି । ଆସିକା ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟର ପ୍ରଧାନଶିକ୍ଷୟତ୍ରୀ ମିନତୀ କୁମାରୀ ପାତ୍ରଙ୍କ ପ୍ରତ୍ୟେକ୍ଷ ତତ୍ତ୍ୱାବଧାନରେ ଅନୁଷ୍ଠିତ ହୋଇଥିବା ଏହି ପୁରସ୍କାର ବିତରଣ ଉତ୍ସବ କାର୍ଯ୍ୟକ୍ରମରେ ବିଦ୍ୟାଳୟ ପରିଚାଳନା କମିଟି ସଭାପତି ତଥା ଆଇନଜୀବୀ ବି ମୋହନ ରାଓ ଦୋରା ଅଧ୍ୟକ୍ଷତା କରିଥିଲେ । ମୁଖ୍ୟ ଅତିଥି ଭାବେ ଗୋଷ୍ଠୀ ଶିକ୍ଷାଧିକାରୀ ମୁନ୍ରାଣୀ ମହାନ୍ତ ଓ ସହକାରୀ ଗୋଷ୍ଠୀ ଶିକ୍ଷାଧିକାରୀ ବିଭୁନନ୍ଦନ ପଣ୍ଡା ଏବଂ ଆସିକା ଏନ୍ଏସି କ୍ଳଷ୍ଟରର ସିଆର୍ସିସି ଶିଶିରକାନ୍ତ ବେହେରା ପ୍ରମୁଖ ଯୋଗଦେଇ ନିଷ୍ଟା ମନୁଷ୍ୟକୁ ପ୍ରତ୍ୟେକ କ୍ଷେତ୍ରରେ ସଫଳତା ଦେଉଥିଲା ବେଳେ ଜୀବନରେ ନିର୍ଦ୍ଧିଷ୍ଟ ଲକ୍ଷ୍ୟ ରଖି କାମ କଲେ ସଫଳତାକୁ ସ୍ୱର୍ଶ କରିବା ଅସମ୍ଭବ ହୋଇନଥାଏ ତେଣୁ ଛାତ୍ରଛାତ୍ରୀ ମାନେ ନିଜର ଉଜ୍ଜ୍ୱଳ ଭବିଷ୍ୟତ ଗଠନ ପାଇଁ ଶିକ୍ଷା ରୂପକ ଜ୍ଞାନ ଆହରଣ କରିବାକୁ ଆହ୍ୱାନ କରିବା ସହ ଶିକ୍ଷାର ଗୁଣାତ୍ମକମାନ ବୃଦ୍ଧି ଲାଗି ରାଜ୍ୟ ସରକାର କାର୍ଯ୍ୟକାରୀ କରୁଥିବା ବିଭିନ୍ନ ଯୋଜନା ଗୁଡିକ ଉପରେ ଆଲୋକପାତ କରିଥିଲେ। ଆସିକା ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟର ପୁରସ୍କାର ବିତରଣ ଉତ୍ସବ ଅବସରରେ ପୂର୍ବରୁ ଅନୁଷ୍ଠିତ ହୋଇଥିବା କ୍ରୀଡା ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରୀମାନଙ୍କୁ ପୁରସ୍କୃତ କରାଯାଇଥିଲା ବେଳେ ବିଦ୍ୟାର୍ଥୀମାନଙ୍କ ଦ୍ୱାରା ପରିବେଷଣ କରାଯାଇଥିବା ସାଂସ୍କୃତିକ କାର୍ଯ୍ୟକ୍ରମ ଉପସ୍ଥିତ ସଚେତନ ନାଗରିକ, ମାନ୍ୟଗଣ୍ୟ ବ୍ୟକ୍ତି ଓ ଅଭିଭାବକଙ୍କୁ ବିମୋହିତ କରି ଦେଇଥିଲା । ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟର ଶିକ୍ଷୟତ୍ରୀ ବାଣିଶ୍ରୀ ପଣ୍ଡା, ନମିତା ପାଣି, ଇନ୍ଦିରା ଦାଶ, ସୁଶ୍ରୀ ପ୍ରିୟମ୍ବଦା, ଲକ୍ଷ୍ମୀ ଦାଶ, ପି.ରୋଜା, ପଦ୍ମାବତୀ ଦୋରା, ପ୍ରଶାନ୍ତ କୁମାର ପାଣି, ଅମ୍ରିତା ପାତ୍ର, ରଶ୍ମିତା ପାତ୍ର, କର୍ମଚାରୀ ଅମ୍ବୁପାଣି ସାହୁ, ସୁଶାନ୍ତ କୁମାର ସାହୁ, ନୟନୀ ବେହେରାଙ୍କ ସମେତ ସମସ୍ତ କର୍ମଚାରୀ ଏହି କାର୍ଯ୍ୟକ୍ରମକୁ ସୁପରିଚାଳନା କରିବା ଦିଗରେ ସହଯୋଗ କରିଥିବା ବେଳେ ବହୁ ବୁଦ୍ଧିଜୀବୀ, ସଚେତନ ନାଗରିକ, ଅଭିଭାବକ, ବିଦ୍ୟାର୍ଥୀ ଉପସ୍ଥିତ ଥିବା ଲକ୍ଷ୍ୟ କରାଯାଇଥିଲା ।


