ଜନ ଅଭିଯୋଗ ଶୁଣାଣୀ

ପାରଳାଖେମଣ୍ଡି,(ତାରିଣୀ ପ୍ରସାଦ ପଣ୍ଡା ): ଗଜପତି ଜିଲ୍ଲା ମୋହନା ବ୍ଲକ ଅନ୍ତର୍ଗତ ଧାଣ୍ଡିମ୍ବା ଗ୍ରାମ ପଞ୍ଚାୟତ ସମ୍ମିଳନୀ କକ୍ଷ ଠାରେ  ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ  ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଯାଇଛି. ଏହି ଅଭିଯୋଗ ଶୁଣାଣିରେ ଜିଲ୍ଲାପାଳ ବିଜୟ କୁମାର ଦାଶ,ଆରକ୍ଷୀ ଅଧିକ୍ଷକ ଯତୀନ୍ଦ୍ର କୁମାର ପଣ୍ଡା, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ଶଙ୍କର କେରକେଟା ଓ ଉପଜିଲ୍ଲାପାଳ ପାରଳାଖେମୁଣ୍ଡି ଅନୁପ ପଣ୍ଡା ଏହି ମିଳିତ ଜନ ଅଭିଯୋଗ ଶୁଣାଣୀରେ ଯୋଗଦାନ କରି ଧାଣ୍ଡିମ୍ବା ଗ୍ରାମ ପଞ୍ଚାୟତ ସମେତ ଚନ୍ଦ୍ରଗିରି , ବାଘମାରି ଓ ମନିକାପୁର ପଞ୍ଚାୟତର  ସମୁଦାୟ ମୋଟ-୪୩ ଗୋଟି ଅଭିଯୋଗ  ପତ୍ର ଗ୍ରହଣ କରାଯାଇଥିଲା। ସେଥି ମଧ୍ୟରୁ ବ୍ୟକ୍ତିଗତ ଅଭିଯୋଗ ସମସ୍ୟା- ୧୩ ଗୋଟି ,ଗ୍ରାମ ଭିତ୍ତିକ ସମସ୍ୟା- ୩୦ ଗୋଟି ଅଭିଯୋଗ ଆସିଥିଲା , ଅନ୍ୟ ସମସ୍ତ ଅଭିଯୋଗକୁ ତୁରନ୍ତ ସମାଧାନ କରିବା ପାଇଁ ବିଭାଗୀୟ ଅଧିକାର ଙ୍କୁ ଜିଲ୍ଲାପାଳ ନିର୍ଦ୍ଧେଶ ଦେଇଥିଲେ।  ଆଜିର ଏହି ଅଭିଯୋଗ ଶୁଣାଣି ଶିବିରରେ ପ୍ରଧାନମନ୍ତ୍ରୀ ଆବାସୀ ଯୋଜନା,ସାମାଜିକ ସୁରକ୍ଷା,ଜମି ପଟ୍ଟା,ମନରେଗା,ଗୃହ ନିର୍ମାଣ, ରାସନ୍ କାର୍ଡ, ଶିକ୍ଷା,ଜଳ ସେଚନ, ସ୍ଵାସ୍ଥ୍ୟ ଓ ରାସ୍ତା  ସମସ୍ୟା ବୋଲି ବିଭିନ୍ନ ସମସ୍ୟା ନେଇ  ଅଭିଯୋଗ ଆସିଥିଲା. ଆଜିର ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ସମୟରେ ମୋହନା ପଞ୍ଚାୟତ ସମିତି ଅଧ୍ୟକ୍ଷ ରାଜୀବ ଶବର,ସ୍ଥାନୀୟ ଗୋଷ୍ଠୀ ଉନ୍ନୟନ ଅଧିକାରୀ ରାଜୀବ ଦାସ, ତହସିଲଦାର ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନସ୍ବାସ୍ଥ୍ୟ ଅଧିକାରୀ ଡାକ୍ତର ମହମ୍ମଦ ମୁବାରଖ ଆଲ୍ଲୀ,ଜିଲ୍ଲା ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ଅଧିକାରୀ ସନ୍ତୋଷ କୁମାର ନାୟକ ଓ ସ୍ଥାନୀୟ ସରପଞ୍ଚ ଓ ଜନପ୍ରତିନିଧି ସମେତ  ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀଗଣ ଅଭିଯୋଗ ଶୁଣାଣୀ ରେ ଉପସ୍ଥିତ ଥିଲେ।
Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ