ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ

କଟକ, (ଓ୍ବାଇଏନଏସ):କଟକ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଆଜି ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ଶିବ ଟୋପୋଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଜନ ଅଭିଯୋଗ ଶୁଣାଣିରେ ମୁଖ୍ୟ ଉନ୍ନୟନ ତଥା ନିର୍ବାହୀ ଅଧିକାରୀ ଜିଲ୍ଲା ପରିଷଦ, କଟକ ଶ୍ରୀ ପ୍ରଶାନ୍ତ କୁମାର ନାୟକ, ଉପ ଆରକ୍ଷୀ ଅଧୀକ୍ଷକ ଶ୍ରୀ ଶ୍ରୀମତୀ ସସ୍ମିତା ବାରିକ ପ୍ରମୁଖ ଉପସ୍ଥିତ ଥିଲେ । ସୂଚନାଯୋଗ୍ୟ, ଆଜିର ଜନ ଅଭିଯୋଗ ଶୁଣାଣିରେ ସମୁଦାୟ ୮୯ଟି ଅଭିଯୋଗ ହସ୍ତଗତ ହୋଇଥିବାବେଳେ ତନ୍ମଧ୍ୟରେ ୮୮ଟି ବ୍ୟକ୍ତିଗତ ଅଭିଯୋଗ ଏବଂ ୦୧ ଗୋଟି ସାମୁହିକ ଅଭିଯୋଗ ରହିଥିଲା । ଅଭିଯୋଗ ଶୁଣାଣି ଶିବିରରେ ୦୭ ଗୋଟି ଅଭିଯୋଗର ତ୍ଵରିତ ସମାଧାନ ନିମନ୍ତେ ବିହିତ ପଦକ୍ଷେପ ଗ୍ରହଣ କରାଯାଇଥିଲା । ଏଥିସହ ପାନୀୟ ଜଳ, ବାର୍ଦ୍ଧକ୍ୟ ଭତ୍ତା, ଭିନ୍ନକ୍ଷମ ଭତ୍ତା, ସ୍ୱାସ୍ଥ୍ୟ, ଶିକ୍ଷା, କୃଷି, ପ୍ରାଣୀ ସମ୍ପଦ ଆଦି ସମ୍ପର୍କିତ ବିଭିନ୍ନ ପଞ୍ଜିକୃତ ଅଭିଯୋଗର ଶୁଣାଣି ପରେ ତୁରନ୍ତ କାର୍ଯ୍ୟାନୁଷ୍ଠାନ ନିମନ୍ତେ ବିଭିନ୍ନ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦିଆଯାଇଥିଲା । ଅନ୍ୟମାନଙ୍କ ମଧ୍ୟରେ ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ, ଜିଲ୍ଲା ମୁଖ୍ୟ କୃଷି ଅଧିକାରୀ, ଜିଲ୍ଲା ଶିକ୍ଷା ଅଧିକାରୀ, ଜିଲ୍ଲା ପ୍ରାଣୀସମ୍ପଦ ଅଧିକାରୀ, ଅବକାରୀ ସୁପରିଟେଣ୍ଡେଣ୍ଟ, ଜିଲ୍ଲା ନିୟୋଜନ ଅଧିକାରୀ, ଜିଲ୍ଲା ଜନମଙ୍ଗଳ ଅଧିକାରୀ ଓ ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ପ୍ରମୁଖ ଅଭିଯୋଗ ଶୁଣାଣି ଶିବିରରେ ଯୋଗ ଦେଇଥିଲେ ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ