ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ
ପାରଳାଖେମଣ୍ଡି,(ତାରିଣୀ ପ୍ରସାଦ ପଣ୍ଡା): ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲାପାଳଙ୍କ କାର୍ଯ୍ୟଳୟ ସମ୍ମିଳନୀ କକ୍ଷ ଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଯାଇଅଛି । ଏହି ଅଭିଯୋଗ ଶୁଣାଣିରେ ଗଜପତି ଭାରପ୍ରାପ୍ତ ଜିଲ୍ଲାପାଳ ମୁନିନ୍ଦ୍ର ହନେନାଗା, ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ସୁନିଲ କୁମାର ମହାନ୍ତି, ଅତିରିକ୍ତ ଜିଲ୍ଲାପାଳ ଫାଲଗୁନି ମାଝୀ,ଅତିରିକ୍ତ ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ପୃଥ୍ଵୀରାଜ ମଣ୍ଡଳ, ଉପଜିଲ୍ଲାପାଳ ପାରଳାଖେମୁଣ୍ଡି ଅନୁପ ପଣ୍ଡା, ପ୍ରକଳ୍ପ ପ୍ରଶାସକ ସମନ୍ୱିତ ଆଦିବାସୀ ଉନ୍ନୟନ ସଂସ୍ଥା ପାରଳାଖେମୁଣ୍ଡି ଅଂଶୁମାନ ମହାପାତ୍ର ଅଭିଯୋଗ ଶୁଣାଣୀରେ ଯୋଗଦାନ କରି ପାରଳାଖେମୁଣ୍ଡି ପୌରପରିଷଦ ସମେତ କେରାଣ୍ଡି, କତଳକଇଠା, ବାଘଶାଲା, ରାଣୀପେଣ୍ଠ ଓ ସିଧାମାଡ଼ଙ୍ଗ ପଞ୍ଚାୟତର ସମୁଦାୟ ମୋଟ- ୯୪ ଗୋଟି ଅଭିଯୋଗ ପତ୍ର ଗ୍ରହଣ କରାଯାଇଥିଲା। ସେଥି ମଧ୍ୟରୁ ବ୍ୟକ୍ତିଗତ ଅଭିଯୋଗ ସମସ୍ୟା- ୮୨ ଗୋଟି, ଗ୍ରାମ ଭିତ୍ତିକ ସମସ୍ୟା -୧୨ ଗୋଟି ଅଭିଯୋଗ ଆସିଥିଲା ସେଥି ମଧ୍ୟରୁ ୬ ଗୋଟି ଅଭିଯୋଗକୁ ତୁରନ୍ତ ସମାଧାନ କରଯାଇଛି। ଜଣକୁ ମୁଖ୍ୟ ମନ୍ତ୍ରୀ ରିଲିଫ୍ ପାଣ୍ଠିରୁ ୫ହଜାର ଟଙ୍କା ଆର୍ଥିକସହାୟତା ରାଶି ପ୍ରଦାନ କରାଯାଇଛି। ଅନ୍ୟ ସମସ୍ତ ଅଭିଯୋଗକୁ ତୁରନ୍ତ ସମାଧାନ କରିବା ପାଇଁ ବିଭାଗୀୟ ଅଧିକାରୀମାନଙ୍କୁ ନିର୍ଦ୍ଧେଶ ଦେଇଛନ୍ତି। ଆଜିର ଏହି ଅଭିଯୋଗ ଶୁଣାଣି ଶିବିରରେ ସାମାଜିକ ସୁରକ୍ଷା,ଜମି ପଟ୍ଟା,ମନରେଗା,ଗୃହ ନିର୍ମାଣ, ରାସନ୍ କାର୍ଡ, ଶିକ୍ଷା,ଜଳ ସେଚନ ରାସ୍ତା ଓ ସ୍ଵାସ୍ଥ୍ୟ ସମସ୍ୟା ବୋଲି ବିଭିନ୍ନ ସମସ୍ୟା ନେଇ ଅଭିଯୋଗ ଆସିଥିଲା ।


