ଜିଲାପାଳ ଏବଂ ଆରକ୍ଷୀ ଅଧିକ୍ଷକଙ୍କ ଜନ ଶୁଣାଣି ଶିବିର
ନବରଙ୍ଗପୁର,(ୱାଇଏନଏସ): କୋଷାଗୁମୁଡ଼ା ପଞ୍ଚାୟତ ସମିତି ସମ୍ମିଳନୀ ଗୃହରେ ଜିଲ୍ଲାପାଳ ଡ଼ ମହେଶ୍ବର ସ୍ୱାଇଁ ଏବଂ ଆରକ୍ଷୀ ଅଧିକ୍ଷକ ମଡକର ସନ୍ଦୀପ ସମ୍ପଦ ଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଏକ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି।ଶିବିରରେ ମୁଖ୍ୟ ଉନ୍ନୟନ ଅଧିକାରୀ ଜିଲ୍ଲା ପରିଷଦ ବିରଞ୍ଚି ନାରାୟଣ ଦରୱାନ,ଉପ ଜିଲ୍ଲାପାଳ ପ୍ରକାଶ କୁମାର ମିଶ୍ରଙ୍କ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ।ଏହି ଜନ ଶୁଣାଣି ଶିବିରରେ ମୋଟ ୨୦ଜଣ ଆବେଦନକାରୀ ନିଜର ଅଭିଯୋଗ ପତ୍ର ଦାଖଲ କରିଥିଲେ। ସେଥିମଧ୍ୟରୁ ୧୫ଟି ବ୍ୟକ୍ତିଗତ ସମସ୍ୟା ଅଭିଯୋଗ ଓ ୦୫ଟି ଗ୍ରାମ୍ୟ ତଥା ସାମୁହିକ ସମସ୍ୟା ସମ୍ମିଳିତ ଥିଲା। ୩ ଟି ଅଭିଯୋଗ ର ସମାଧାନ ତତକ୍ଷଣାତ କରାଯାଇଥିଲା।ଜିଲ୍ଲା ସମାଜ ସୁରକ୍ଷା ବିଭାଗ ପକ୍ଷରୁ ଚିହ୍ନଟ ଦିବ୍ୟାଙ୍ଗ ଙ୍କୁ ୪ ଟି ହୁଇଲ ଚେୟାର ପ୍ରଦାନ କରାଯାଇଥିଲା।


