ଶିକ୍ଷକଙ୍କୁ ଅବସରକାଳୀନ ବିଦାୟ ସମ୍ବର୍ଦ୍ଧନା

ପାରଳାଖେମୁଣ୍ଡି (ତାରିଣୀ ପ୍ରସାଦ ପଣ୍ଡା): ଗଜପତି ଜିଲ୍ଲା ମୋହନା ବ୍ଳକର ୪ ଜଣ ଶିକ୍ଷକଙ୍କୁ ଅବସରକାଳୀନ ବିଦାୟ ସମ୍ବର୍ଦ୍ଧନା ଦିଆଯାଇଛି । ବ୍ଲକ ଶିକ୍ଷାଧିକାରୀଙ୍କ କାର୍ଯ୍ୟlଳୟ ପରିସରରେ ଶିକ୍ଷାଧିକାରୀ ନରେନ୍ଦ୍ର ବେହେରାଙ୍କ ଅଧ୍ୟକ୍ଷତାରେ ଆୟୋଜିତ କାର୍ଯ୍ୟକ୍ରମରେ ଅବସର ଗ୍ରହଣ କରିଥିବା ଶିକ୍ଷକ ଶଙ୍କର ପଣ୍ଡା, ସଂସାରୀ ସେଠୀ, ପ୍ରସନ୍ନ ନାୟକ ଓ ରାଜେନ୍ଦ୍ର ପ୍ରସାଦ ନାୟକଙ୍କୁ ବିଦାୟ ସମ୍ବର୍ଦ୍ଧନା ଦିଆଯାଇଛି । ଏହି ଅବସରରେ ଦିଗପହଣ୍ଡି ବ୍ଲକ ଶିକ୍ଷାଧିକାରୀ କୁରେସ ସେଠୀ, ଏବିଈଓ ଯୁଧିଷ୍ଟିର ବେହେରା, ଶିକ୍ଷାବିତ ମଧୁସୁଦନ ପାଢୀଙ୍କ ସମେତ ବହୁ ଅଧିକାରୀ ଯୋଗଦେଇଥିଲେ ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ