ଆଦର୍ଶ ଛାତ୍ରବତ୍ସଳ ସହକାରୀ ଶିକ୍ଷକଙ୍କୁ ଅବସରକାଳୀନ ସମ୍ବର୍ଦ୍ଧନା
ଆସିକା (ୱାଇଏନ୍ଏସ୍): ଆସିକା ବ୍ଳକ ଅଧିନସ୍ଥ ଗହଙ୍ଗୁ ଗ୍ରାମ ପଂଚାୟତର ଗହଙ୍ଗୁ ଗ୍ରାମର ପଞ୍ଚାୟତ ହନୁମାନ ବିଦ୍ୟାପୀଠର ଆଦର୍ଶ ଛାତ୍ରବତ୍ସଳ ସହକାରୀ ଶିକ୍ଷକ (କଳାଶିକ୍ଷକ) ଶରତ କୁମାର ରାଉତ ବୁଧବାର ନିଜ ନିଜ କର୍ମମୟ ଜୀବନରୁ ଅବସରଗ୍ରହଣ କରିସାରିଥିବା ବେଳେ ଏହି ଅବସରରେ ଶିକ୍ଷାନୁଷ୍ଠାନ ପରିସରରେ ଏକ ଅବସରକାଳୀନ ବିଦାୟ ସମ୍ବର୍ଦ୍ଧନା ସଭା ଅନୁଷ୍ଟିତ ହୋଇଯାଇଛି। ଗହଙ୍ଗୁ ହନୁମାନ ବିଦ୍ୟାପୀଠର ପ୍ରଧାନଶିକ୍ଷୟିତ୍ରୀ ସୁପ୍ରଭା ସିୟଙ୍କ ସଂଯୋଜନାରେ ଅନୁଷ୍ଠିତ ହୋଇଥିବା ଏହି ଅବସରକାଳୀନ ବିଦାୟ ସମ୍ବର୍ଦ୍ଧନା ସଭାରେ ଶିକ୍ଷାନୁଷ୍ଠାନର ପ୍ରାକ୍ତନ ଅବସରପ୍ରାପ୍ତ ପ୍ରଧାନଶିକ୍ଷକ ପ୍ରଦୀପ କୁମାର ପରିଡା, ବାଲିପଦର ହାଇସ୍କୁଲର ଅବସରପ୍ରାପ୍ତ ପ୍ରଧାନଶିକ୍ଷକ ରବିନ୍ଦ୍ର କୁମାର ରାଉତ, ଶିକ୍ଷାନୁଷ୍ଠାନର ସହକାରୀ ଶିକ୍ଷକ ପ୍ରଦୀପ କୁମାର ନାୟକ, ପୂର୍ଣ୍ଣଚନ୍ଦ୍ର ଗୌଡ, ଜଳନ୍ଧର ବାଡତ୍ୟା, ଗୋପାଳକୃଷ୍ଣ ମହାରଣା ପ୍ରମୁଖ ଯୋଗଦେଇ ଶିକ୍ଷାର ଗୁଣାତ୍ମକ ମାନ ବୃଦ୍ଧି ଲାଗି ଛାତ୍ରବତ୍ସଳ ଅବସରପ୍ରାପ୍ତ ସହକାରୀ ଶିକ୍ଷକ ଶରତ କୁମାର ରାଉତଙ୍କ ବହୁମୁଖୀ ପ୍ରତିଭା ଉପରେ ସ୍ମୃତିଚାରଣ କରିବା ସହ ଅବସର ପରବର୍ତ୍ତୀ ଜୀବନ ତାଙ୍କର ସୁସ୍ଥ ଓ ନିରାମୟ ଜୀବନ କାମନା କରିଥିଲେ। ଏହି ଅବସରରେ ଅବସରପ୍ରାପ୍ତ ବିଦାୟୀ ସହକାରୀ ଶିକ୍ଷକ ଶରତ କୁମାର ରାଉତଙ୍କୁ ପୁଷ୍ପଗୁଚ୍ଛ ଓ ଉପଢୌକନ ଦେଇ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଥିବା ଦେଖିବାକୁ ମିଳିଥିଲା। ଏହି କାର୍ଯ୍ୟକ୍ରମରେ ବହୁ ଗ୍ରାମବାସୀ, ଅଭିଭାବକ, ବିଦ୍ୟାର୍ଥୀ ଓ ବିଦ୍ୟାଳୟ ପରିଚାଳନା କମିଟିର ସଦସ୍ୟ ଯୋଗଦେଇଥିବା ଲକ୍ଷ୍ୟ କରାଯାଇଥିଲା। ଅବସରପ୍ରାପ୍ତ ସହକାରୀ ଶିକ୍ଷକ ଶରତ କୁମାର ରାଉତ ଏହି କାର୍ଯ୍ୟକ୍ରମରେ ଯୋଗଦେଇ ଦେଇ ବିଦ୍ୟାଳୟର ଶିକ୍ଷକ ଶିକ୍ଷୟତ୍ରୀଙ୍କ ସମେତ ଗ୍ରାମବାସୀଙ୍କ ସହଯୋଗ ସବୁଦିନ ପାଇଁ ସ୍ମରଣୀୟ ହୋଇ ରହିବ ବୋଲି ଭାବବିହ୍ୱଳ ହୋଇ ପ୍ରକାଶ କରିଥିବା ଦେଖିବାକୁ ମିଳିଥିଲା। ଗହଙ୍ଗୁ ହନୁମାନ ବିଦ୍ୟାପୀଠର ଅବସରପ୍ରାପ୍ତ ସହକାରୀ ଶିକ୍ଷକ ଶରତ କୁମାର ରାଉତଙ୍କୁ ଏକ ଭାବବିହ୍ୱଳ ପରିବେଶ ମଧ୍ୟରେ ବିଦାୟକାଳୀନ ସମ୍ବର୍ଦ୍ଧନା ଦିଆଯାଇଥିବା ଦେଖିବାକୁ ମିଳିଥିଲା । ଗହଙ୍ଗୁ ହନୁମାନ ବିଦ୍ୟାପୀଠରେ ଦୀର୍ଘ ୨୮ ବର୍ଷରୁ ଉର୍ଦ୍ଧ୍ୱ ସମୟ ଧରି ନିରବିଚ୍ଛିନ ଭାବେ ନିଷ୍ଠାର ସହ ଅଧ୍ୟାପନା କରି ଶହ ଶହ ମେଧାବୀ ଛାତ୍ରଙ୍କୁ ସୃଷ୍ଟି କରିବାରେ ଏକ ପ୍ରମୁଖ ଭୁମିକା ଗ୍ରହଣ କରି ନିଜ ନିଜର ଏକ ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିପାରିଥିବା ଆଦର୍ଶ ଛାତ୍ରବତ୍ସଳ ସହକାରୀ ଶିକ୍ଷକ ଶରତ କୁମାର ରାଉତଙ୍କୁ ଏକ ଭାବବିହ୍ୱଳ ପରିବେଶ ମଧ୍ୟରେ ଅବସରକାଳୀନ ସମ୍ବର୍ଦ୍ଧନା ଦିଆଯାଇଥିବା ଦେଖିବାକୁ ମିଳିଥିଲା । ୧୯୯୭ ମସିହାରେ ଗହଙ୍ଗୁ ସ୍ଥିତ ହନୁମାନ ବିଦ୍ୟାପୀଠରେ ଶିକ୍ଷକତା ଜୀବନ ଆରମ୍ଭ କରି ଦୀର୍ଘ ୨୮ ବର୍ଷ ଧରି ଦକ୍ଷତାର ସହ ନିଜର ଦାୟିତ୍ୱ ଓ କର୍ତ୍ତବ୍ୟକୁ ସଂପାଦନ କରିଆସିଥିବା ଅବସରପ୍ରାପ୍ତ ସହକାରୀ ଶିକ୍ଷକ ଶରତ କୁମାର ରାଉତଙ୍କ ନିଷ୍ଠାପର କାର୍ଯ୍ୟଦକ୍ଷତାକୁ ଛାତ୍ରଛାତ୍ରୀ, ଗ୍ରାମବାସୀ ଓ ଶିକ୍ଷକ, ଶିକ୍ଷୟିତ୍ରୀମାନେ ଝୁରି ହେଉଥିବା ଲକ୍ଷ୍ୟ କରାଯାଉଛି ।


