ପ୍ରଧାନ ଶିକ୍ଷୟିତ୍ରୀଙ୍କୁ ଅବସରକାଳୀନ ସମ୍ବର୍ଦ୍ଧନା

ନାଉଗାଁ(ଓ୍ବାଇଏନଏସ):ଜଗତସିଂହପୁର ଜିଲ୍ଲା ନାଉଗାଁ ବ୍ଲକ ଦହିପାଳସ୍ଥିତ ନନ୍ଦକିଶୋର ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ପୁଷ୍ପାଞ୍ଜଳି ନାୟକଙ୍କୁ ବୁଧବାର ଅବସରକାଳୀନ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଛି। ବିଦ୍ୟାଳୟ ଆଲମୁନି କମିଟିର ସଭାପତି ତପନ କୁମାର ବେହେରାଙ୍କ ପୌରୋହିତ୍ୟରେ ଆୟୋଜିତ ସଭାରେ ବିଶିଷ୍ଠ ଅତିଥି ଭାବେ ବିଦ୍ୟାଳୟର ପ୍ରତିଷ୍ଠାତା ସଂପାଦକ ବ୍ରହ୍ମାନନ୍ଦ ଜେନା, ମୁଖ୍ୟ ଅତିଥି ଭାବେ ସାଂସଦ ପ୍ରତିନିଧି ଲଲାଟେନ୍ଦ୍‌ୁ ପରିଡା, ମୁଖ୍ୟବକ୍ତା ଭାବେ ଓଷ୍ଟାର ଜିଲ୍ଲା ସଂପାଦକ ନାରାୟଣ ଚନ୍ଦ୍ର ବାରିକ, ସମ୍ମାନୀତ ଅତିଥି ଭାବେ ଓଷ୍ଟାର ଜିଲ୍ଲା ସଭାପତି ନାରାୟଣ ଚନ୍ଦ୍ର ସାହୁ, ଅବସରପ୍ରାପ୍ତ ପ୍ରଧାନ ଶିକ୍ଷକ ନିରଂଜନ ମହାନ୍ତି, ବଂଶୀଧର ଦାସ, ଓଷ୍ଟାର ବ୍ଲକ ସଂପାଦକ ହିମାଂଶୁ କୁମାର ମହାନ୍ତି ପ୍ରମୁଖ ଯୋଗ ଦେଇ ଅବସର ଗ୍ରହଣ କରିଥିବା ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ନାୟକଙ୍କ ୩୬ବର୍ଷ ଶିକ୍ଷକତା ଜୀବନର ଗୁଣଗାନ କରିବା ସହିତ ତାଙ୍କର ପରବର୍ତୀ ଜୀବନ ସୁଖମୟ ପାଇଁ କାମନା କରିଥିଲେ। ପ୍ରଧାନ ଶିକ୍ଷୟିତ୍ରୀ ଶ୍ରୀମତୀ ନାୟକଙ୍କୁ ପୁଷ୍ପଗୁଚ୍ଛ, ଉପଢୋକନ ଓ ବିଭିନ୍ନ ଉପହାର ପ୍ରଦାନ ପୂର୍ବକ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଥିଲା। ବିଦ୍ୟାଳୟ ସହାକରୀ ଶିକ୍ଷୟିତ୍ରୀ ବିଦ୍ୟୁତପ୍ରଭା ସ୍ୱାଇଁ ଅତିଥି ପରିଚୟ ପ୍ରଦାନ କରିଥିବା ବେଳେ ଶିକ୍ଷକ ବିଶ୍ୱନାଥ ନାୟକ ଧନ୍ୟବାଦ ଅର୍ପଣ କରିଥିଲେ। ବିଦ୍ୟାଳୟର ବହୁ ପୁରାତନ ଛାତ୍ରଛାତ୍ରୀ, ବର୍ତମାନ ଛାତ୍ରଛାତ୍ରୀ ଓ ଶିକ୍ଷକ ଶିକ୍ଷୟିତ୍ରୀ, ବିଦ୍ୟାଳୟ ପରିଚଳନା କମିଟିର ସଦସ୍ୟମାନେ କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ