ପ୍ରଧାନଶିକ୍ଷକଙ୍କୁ ଅବସରକାଳୀନ ସମ୍ବର୍ଦ୍ଧନା

କେନ୍ଦ୍ରାପଡ଼ା (ଚିତ୍ତରଞ୍ଜନ ଦାଶ):କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ପଳସିଂହା ଉଚ୍ଚବିଦ୍ୟାଳୟର ପ୍ରଧାନଶିକ୍ଷକ ଅଜୟ କୁମାର ନାୟକ ବୁଧବାର ଚାକିରୀରୁ ଅବସର ଗ୍ରହଣ କରିଛନ୍ତି। ତାଙ୍କୁ ବିଦ୍ୟାଳୟ ପକ୍ଷରୁ ଅବସରକାଳୀନ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଛି। ଏହି ଉପଲକ୍ଷେ ହିନ୍ଦୀ ଶିକ୍ଷକ ମିର୍ଜା ଜଇନୁଲ ଆବେଦିନ ବେଗଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଉତ୍ସବରେ ଅତିଥି ଭାବେ ପଳସିଂହା ପଞ୍ଚାୟତର ସରପଞ୍ଚ ଦେବେନ୍ଦ୍ର କୁମାର ପରିଡା, ଶିକ୍ଷାବିତ ତଥା ଯୁବ ସମାଜସେବୀ ଅଜିତ କୁମାର ମହାପାତ୍ର, ରାଜ୍ୟ ଓଷ୍ଟା ସମ୍ପାଦକ ପ୍ରଣବ କୁମାର ଜେନା, ୟୁଟିଆଇ ଜିଲ୍ଲା ସମ୍ପାଦକ ବଙ୍କିମବିହାରୀ ମହାନ୍ତି, ପ୍ରାକ୍ତନ ପ୍ରଧାନଶିକ୍ଷକ ରବିନ୍ଦ୍ର କୁମାର ପରିଡା, ଶରତ ଚନ୍ଦ୍ର ବିଶ୍ୱାଳ ଓ ପ୍ରଦୀପ କୁମାର ପରିଡା ପ୍ରମୁଖ ଯୋଗଦେଇ ଅବସରପ୍ରାପ୍ତ ପ୍ରଧାନଶିକ୍ଷକ ଶ୍ରୀ ନାୟକଙ୍କ ଗୁଣଗାନ କରିବା ସହ ତାଙ୍କ ଦୀର୍ଘ ନିରାମୟ ଜୀବନ କାମନା କରିଥିଲେ। ଏହି ଅବସରରେ ପ୍ରଧାନଶିକ୍ଷକ ଶ୍ରୀ ନାୟକଙ୍କୁ ପୁଷ୍ପଗୁଛ, ଉତ୍ତରୀୟ ଓ ମାନପତ୍ର ପ୍ରଦାନ ପୂର୍ବକ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଥିଲା। ବିଦ୍ୟାଳୟର ଶିକ୍ଷିକା ଐଶ୍ୱର୍ଯ୍ୟା ଚୈାଧୁରୀ ଅତିଥି ପରିଚୟ ଓ ସ୍ୱାଗତ ଭାଷଣ ପ୍ରଦାନ କରିଥିବା ବେଳେ ପ୍ରମିଳା ସେଠୀ ଧନ୍ୟବାଦ ଅର୍ପଣ କରିଥିଲେ। ପ୍ରଧାନଶିକ୍ଷକ ଶ୍ରୀ ନାୟକଙ୍କୁ ଏକ ବର୍ଣ୍ଣାଢ୍ୟ ଶୋଭାଯାତ୍ରାରେ ପାଛୋଟି ନିଆଯାଇ ଗ୍ରାମ ପରିକ୍ରମା କରାଯିବା ପରେ ଅଶ୍ରୁଳ ବିଦାୟ ଦିଆଯାଇଥିଲା।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ