ପ୍ରଧାନଶିକ୍ଷକଙ୍କୁ ଅବସରକାଳୀନ ସମ୍ବର୍ଦ୍ଧନା
ଆସିକା (ୱାଇଏନ୍ଏସ୍): ଆସିକା ବ୍ଳକ ଅଧିନସ୍ଥ କାଳଷଣ୍ଢପୁର ଗ୍ରାମ ପଂଚାୟତର କାଳଷଣ୍ଢପୁର ଗ୍ରାମର ସଂଗ୍ରାମୀ ହରିହର ଦାଶ ବିଦ୍ୟାପୀଠର ଆଦର୍ଶ ଛାତ୍ରବତ୍ସଳ ପ୍ରଧାନଶିକ୍ଷକ ପ୍ରସନ୍ନ କୁମାର ପାଣିଗ୍ରାହୀ ନିଜ ନିଜ କର୍ମମୟ ଜୀବନରୁ ଅବସରଗ୍ରହଣ କରିସାରିଥିବା ବେଳେ ଏହି ଅବସରରେ ଶିକ୍ଷାନୁଷ୍ଠାନ ପରିସରରେ ଏକ ଅବସରକାଳୀନ ବିଦାୟ ସମ୍ବର୍ଦ୍ଧନା ସଭା ଅନୁଷ୍ଟିତ ହୋଇଯାଇଛି। ସଂଗ୍ରାମୀ ହରିହର ଦାଶ ବିଦ୍ୟାପୀଠର ନୂତନ ପ୍ରଧାନଶିକ୍ଷକ ସୁଶାନ୍ତ କୁମାର ରଥଙ୍କ ସଂଯୋଜନାରେ ଅନୁଷ୍ଠିତ ହୋଇଥିବା ଏହି ଅବସରକାଳୀନ ବିଦାୟ ସମ୍ବର୍ଦ୍ଧନା ସଭାରେ ଶିକ୍ଷାନୁଷ୍ଠାନର ପରିଚାଳନା କମିଟି ସଭାପତି ଅନ୍ତର୍ଯ୍ୟାମୀ ପାଣିଗ୍ରାହୀ, ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନଶିକ୍ଷୟିତ୍ରୀ ଗୀତାଞ୍ଜଳୀ ମହାପାତ୍ର, ଉଚ୍ଚ ବିଦ୍ୟାପୀଠର ସହକାରୀ ଶିକ୍ଷକ ହାଡୁ ପାତ୍ର ପ୍ରମୁଖ ଯୋଗଦେଇ ଶିକ୍ଷାର ଗୁଣାତ୍ମକ ମାନ ବୃଦ୍ଧି ଲାଗି ଛାତ୍ରବତ୍ସଳ ଅବସରପ୍ରାପ୍ତ ପ୍ରଧାନଶିକ୍ଷକ ପ୍ରସନ୍ନ କୁମାର ପାଣିଗ୍ରାହୀଙ୍କ ବହୁମୁଖୀ ପ୍ରତିଭା ଉପରେ ସ୍ମୃତିଚାରଣ କରିବା ସହ ଅବସର ପରବର୍ତ୍ତୀ ଜୀବନ ତାଙ୍କର ସୁସ୍ଥ ଓ ନିରାମୟ ଜୀବନ କାମନା କରିଥିଲେ। ଏହି ଅବସରରେ ବିଦାୟୀ ପ୍ରଧାନଶିକ୍ଷକ ପ୍ରସନ୍ନ କୁମାର ପାଣିଗ୍ରାହୀଙ୍କୁ ପୁଷ୍ପଗୁଚ୍ଛ ଓ ଉପଢୌକନ ଦେଇ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଥିବା ଦେଖିବାକୁ ମିଳିଥିଲା। ଏହି କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ କାଳଷଣ୍ଢପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ସହକାରୀ ଶିକ୍ଷୟିତ୍ରୀ କଲ୍ୟାଣୀ ପଟ୍ଟନାୟକ, ଲକ୍ଷ୍ମୀ ପାତ୍ର, ଝିଲି ସାହୁ, ସଂଯୁକ୍ତା ପାତ୍ର, ଉମାକାନ୍ତ ବାଗ୍ଙ୍କ ସମେତ ବହୁ ଶିକ୍ଷକ, ଗ୍ରାମବାସୀ, ସଚେତନ ନାଗରିକ, ବିଦ୍ୟାଳୟ ପରିଚାଳନା କମିଟିର ସଦସ୍ୟ ଯୋଗଦେଇଥିବା ଲକ୍ଷ୍ୟ କରାଯାଇଥିଲା। ଅବସରପ୍ରାପ୍ତ ପ୍ରଧାନଶିକ୍ଷକ ପ୍ରସନ୍ନ କୁମାର ପାଣିଗ୍ରାହୀ ଏହି ଅବସରକାଳୀନ ସଭାରେ ଯୋଗଦେଇ ଦେଇ ବିଦ୍ୟାଳୟର ଶିକ୍ଷକ ଶିକ୍ଷୟତ୍ରୀଙ୍କ ସମେତ ଗ୍ରାମବାସୀଙ୍କ ସହଯୋଗ ସବୁଦିନ ପାଇଁ ସ୍ମରଣୀୟ ହୋଇ ରହିବ ବୋଲି ଭାବବିହ୍ୱଳ ହୋଇ ପ୍ରକାଶ କରିଥିବା ଦେଖିବାକୁ ମିଳିଥିଲା। କାଳଷଣ୍ଢପୁର ସଂଗ୍ରାମୀ ହରିହର ଦାଶ ଉଚ୍ଚ ବିଦ୍ୟାପୀଠରେ ଦୀର୍ଘ ୩୭ ବର୍ଷରୁ ଉର୍ଦ୍ଧ୍ୱ ସମୟ ଧରି ନିରବିଚ୍ଛିନ ଭାବେ ନିଷ୍ଠାର ସହ ଅଧ୍ୟାପନା କରି ଶହ ଶହ ମେଧାବୀ ଛାତ୍ରଙ୍କୁ ସୃଷ୍ଟି କରିବାରେଏକ ପ୍ରମୁଖ ଭୁମିକା ଗ୍ରହଣ କରି ନିଜ ନିଜର ଏକ ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିପାରିଥିବା ଆଦର୍ଶ ଛାତ୍ରବତ୍ସଳ ପ୍ରଧାନଶିକ୍ଷକ ପ୍ରସନ୍ନ କୁମାର ପାଣିଗ୍ରାହୀଙ୍କୁ ଏକ ଭାବବିହ୍ୱଳ ପରିବେଶ ମଧ୍ୟରେ ଅବସରକାଳୀନ ସମ୍ବର୍ଦ୍ଧନା ଦିଆଯାଇଥିବା ଦେଖିବାକୁ ମିଳିଥିଲା । ୧୯୮୮ ମସିହାରେ କାଳଷଣ୍ଢପୁର ଗ୍ରାମ ସ୍ଥିତ ସଂଗ୍ରାମୀ ହରିହର ଦାଶ ଉଚ୍ଚ ବିଦ୍ୟାପୀଠରେ ଶିକ୍ଷକତା ଜୀବନ ଆରମ୍ଭ କରି ଦୀର୍ଘ ୩୭ବର୍ଷ ଧରି ଦକ୍ଷତାର ସହ ନିଜର ଦାୟିତ୍ୱ ଓ କର୍ତ୍ତବ୍ୟକୁ ସଂପାଦନ କରିଆସିଥିବା ଅବସରପ୍ରାପ୍ତ ପ୍ରଧାନଶିକ୍ଷକ ପ୍ରସନ୍ନ କୁମାର ପାଣିଗ୍ରାହୀଙ୍କ ନିଷ୍ଠାପର କାର୍ଯ୍ୟଦକ୍ଷତାକୁ ଛାତ୍ରଛାତ୍ରୀ, ଗ୍ରାମବାସୀ ଓ ଶିକ୍ଷକ, ଶିକ୍ଷୟିତ୍ରୀମାନେ ଝୁରି ହେଉଥିବା ଲକ୍ଷ୍ୟ କରାଯାଉଛି ।