ଅବସର ଗ୍ରହଣ କଲେ ଶିକ୍ଷକ ନେତା ମନୋରଞ୍ଜନ ଦାଶ

ବୁଗୁଡା , (ଅନୀଲ କୁମାର ମହାରଣା) : ବୁଗୁଡା ବ୍ଲକ ଅନ୍ତର୍ଗତ  ବିରଞ୍ଚିପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ସହକାରୀ ଶିକ୍ଷକ ତଥା ବୁଗୁଡା ବ୍ଲକ ପ୍ରାଥମିକ ଶିକ୍ଷକ ସଂଘ ସଭାପତି ମନୋରଞ୍ଜନ ଦାଶ ଜୁଲାଇ ୩୧ ତାରିଖ ଦିନ ନିଜର କର୍ମମୟ ଜୀବନରୁ ଅବସର ଗ୍ରହଣ କରିଥିବା ବେଳେ ତାଙ୍କୁ ବିଇଓ ଚିନ୍ମୟ ମହାପାତ୍ରଙ୍କ ତତ୍ତ୍ବାବଧାନରେ ଅବସରକାଳୀନ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଛି । ଏହି କାର୍ଯ୍ୟକ୍ରମ ଅବସରରେ ଅବସରପ୍ରାପ୍ତ ଶିକ୍ଷକ ଶ୍ରୀ ଦାଶଙ୍କୁ ଉପଢୌକନ ପ୍ରଦାନ ପୂର୍ବକ ଅବସରକାଳୀନ ସମ୍ବର୍ଦ୍ଧନା ଜ୍ଞାପନ କରାଯିବା ସହ ଫାଇନାଲ ପେନସନ୍ ଅର୍ଡର  ପ୍ରଦାନ କରାଯାଇଥିଲା। ବିଇଓ କାର୍ଯ୍ୟାଳୟ ପରିସରରେ ଆୟୋଜିତ ଉକ୍ତ କାର୍ଯ୍ୟକ୍ରମରେ ଏବିଇଓ ଅମିତା କୁମାରୀ ପାଢୀ, ଅବସରପ୍ରାପ୍ତ ପ୍ରାଥମିକ ଶିକ୍ଷକ ସଂଘ ସଭାପତି ବିଶ୍ବ ମୋହନ ମିଶ୍ର , ଏନପିଏସ୍ ଶିକ୍ଷକ ସଂଘ ସଭାପତି ପିତାମ୍ବର ଗୌଡଙ୍କ ସମେତ ବହୁ ଶିକ୍ଷକ ଓ   ଶିକ୍ଷକ ସଂଘ ପ୍ରତିନିଧି ବୃନ୍ଦ ଉପସ୍ଥିତ ଥିଲେ। ସେହିପରି ସ୍ଥାନୀୟ ଶିକ୍ଷକ ଭବନ ଠାରେ ବୁଗୁଡା ବ୍ଲକ ପ୍ରାଥମିକ ଶିକ୍ଷକ ସମନ୍ମୟ ସମିତି ପକ୍ଷରୁ ମଧ୍ୟ ଅବସରପ୍ରାପ୍ତ ଶିକ୍ଷକ ତଥା ବ୍ଲକ ପ୍ରାଥମିକ ଶିକ୍ଷକ ସଂଘ ସଭାପତି ମନୋରଞ୍ଜନ ଦାଶଙ୍କୁ ଅବସରକାଳୀନ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଥିଲା।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ