୫୦୦ ବାତ୍ୟା ଆଶ୍ରୟସ୍ଥଳୀ ପାଇଁ ୨ ହଜାର କୋଟି ସହାୟତା ଦାବି, ଗୃହମନ୍ତ୍ରୀଙ୍କୁ ଚିଠି ଲେଖିଲେ ରାଜସ୍ବ ମନ୍ତ୍ରୀ
ଭୁବନେଶ୍ବର: (ସମୀର ରଞ୍ଜନ ନାୟକ ):କେନ୍ଦ୍ର ଗୃହମନ୍ତ୍ରୀଙ୍କୁ ରାଜସ୍ବ ମନ୍ତ୍ରୀଙ୍କ ଚିଠି । ଓଡ଼ିଶାକୁ ପ୍ରତିବର୍ଷ ଆସୁଥିବା ବିପର୍ଯ୍ୟୟ ପରିଚାଳନା ଲାଗି ୫ ଦାବି କଲେ ରାଜସ୍ବ ମନ୍ତ୍ରୀ । ଏନେଇ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କୁ ଚିଠି ଲେଖିଲେ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ । ୫୦୦ ବାତ୍ୟା ଆଶ୍ରୟସ୍ଥଳୀ ପାଇଁ ୨ ହଜାର କୋଟି ସହାୟତା ଦାବି ନେଇ ଚିଠିରେ ଉଲ୍ଲେଖ । ୮୩୬୩ କୋଟି ଟଙ୍କାରେ ରାଜ୍ୟରେ ବିପର୍ଯ୍ୟୟ ପ୍ରତିରୋଧୀ ଶକ୍ତି ପରିବହନ ଏବଂ ବଣ୍ଟନ ଭିତ୍ତିଭୂମି ବିକଶିତ କରିବା ପାଇଁ ଓଡ଼ିଶାରେ ବିପର୍ଯ୍ୟୟ ପ୍ରତିରୋଧୀ ଶକ୍ତି ଭିତ୍ତିଭୂମି ପ୍ରତିଷ୍ଠା ପାଇଁ ଦାବି । ବିପର୍ଯ୍ୟୟ ଆଗୁଆ ସତର୍କ ସୂଚନା ଆଧୁନିକୀକରଣ ପାଇଁ ୨୦୦ କୋଟି ଦାବି ଦାବି କରିଛନ୍ତି ।ବିପର୍ଯ୍ୟୟ ଆଗୁଆ ସତର୍କ ସୂଚନା ଆଧୁନିକୀକରଣ ପାଇଁ ୨୦୦ କୋଟି ଦାବି। ସମୁଦ୍ର କୂଳ ଖାଉଥିବା ଅଞ୍ଚଳର ସୁରକ୍ଷା ପାଇଁ କେନ୍ଦ୍ର ଯୋଜନାରେ ଅନୁଦାନ ଦାବି। ବିପର୍ଯ୍ୟୟ ପରିଚାଳନା ନେଇ ଜାତୀୟ, ଆନ୍ତର୍ଜାତୀୟ ସହଯୋଗ ଲୋଡ଼ିଲେ ।