ଜିଲ୍ଲାପାଳଙ୍କ ଦ୍ୱାରା ବିଭିନ୍ନ କାର୍ଯ୍ୟର ସମୀକ୍ଷା
କେନ୍ଦ୍ରାପଡ଼ା,(ଚିତ୍ତ ରଞ୍ଜନ ଦାଶ):କେନ୍ଦ୍ରାପଡ଼ା ଜିଲ୍ଲାପାଳ ରଘୁରାମ ଆର. ଆୟାର ଶନିବାର ଜିଲ୍ଲା କାର୍ଯ୍ୟାଳୟର ସଦଭାବନା ସଭାଗୃହରେ ଜିଲ୍ଲାରେ ଚାଲିଥିବା ବିଭିନ୍ନ କାର୍ଯ୍ୟର ସମୀକ୍ଷା କରିଛନ୍ତି। ଜନଶୁଣାଣି,ସରକାରୀ ଜମି ସୁରକ୍ଷା, ଅଙ୍ଗନୱାଡି ଏବଂ ବିଦ୍ୟାଳୟ ଗୁଡିକର ଭିତ୍ତିଭୂମି ସୁଦୃଢ କରିବା, ବାତ୍ୟା ଆଶ୍ରୟ ସ୍ଥଳ ମରାମତି, ଭାଗବତ ଟୁଙ୍ଗି, ବ୍ଲକସ୍ତରୀୟ ଷ୍ଟାଡିୟମ ନିର୍ମାଣ ପାଇଁ ଜମି ଚିହ୍ନଟ, ଶ୍ରମିକ ପଞ୍ଜିକରଣ, ଶୀତଳ ଭଣ୍ଡାର, ପ୍ୟାକ୍ସରେ ମଣ୍ଡୀ ପାଇଁ ଜମି ଏବଂ ବିଭାଗ ବିଭାଗ ମଧ୍ୟରେ ଥିବା ଅନ୍ୟାନ୍ୟ ଜମିଜମା ସଂକ୍ରାନ୍ତୀୟ ସମସ୍ୟା ଉପରେ ବିସ୍ତୃତ ଆଲୋଚନା ହୋଇଥିଲା। ବିଭିନ୍ନ ସଂକ୍ରାନ୍ତରେ ବିଭାଗ ବିଭାଗ ମଧ୍ୟରେ ଉତ୍ତମ ସମନ୍ୱୟ ରଖି କାର୍ଯ୍ୟ କରିବାକୁ ଜିଲ୍ଲାପାଳ ସମସ୍ତ ଅଧିକାରୀ ମାନଙ୍କୁ ପରାମର୍ଶ ଦେଇଛନ୍ତି। ବୈଠକରେ ଅନ୍ୟମାନଙ୍କ ମଧ୍ୟରେ ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ଅଜାମ୍ବର ମହାନ୍ତି, ଅତିରିକ୍ତ ଜିଲ୍ଲାପାଳ(ରାଜସ୍ୱ) ରବୀନ୍ଦ୍ର କୁମାର ମଲ୍ଲିକ, ଅତିରିକ୍ତ ଜିଲ୍ଲାପାଳ(ସାଧାରଣ) ନବକ୍ରିଷ୍ଣ ଜେନା, ଉପଜିଲ୍ଲାପାଳ ଅରୁଣ କୁମାର ନାୟକ, ଡେପୁଟି କଲେକ୍ଟର ତୃପ୍ତି ମହାନ୍ତି, ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ ସୁଷମା ମହାନ୍ତି, ଜିଲ୍ଲା ଜରୁରୀ କାଳୀନ ଅଧିକାରୀ ଅମୀୟ କେତେନ ସ୍ୱାଇଁ, ଜିଲ୍ଲା ସଂସ୍କୃତି ଅଧିକାରୀ ତ୍ରିଭୁବନ ଜୟସିଂ, ଜିଲ୍ଲା କ୍ରୀଡା ଅଧିକାରୀ ଲୋକନାଥ ପାଣିଗ୍ରାହୀ, ଜିଲ୍ଲା ଶିକ୍ଷାଧିକାରୀ ପବିତ୍ର ମୋହନ ବାରିକଙ୍କ ସମେତ ଯୋଜନା, ଶ୍ରମ, କୃଷି, ପ୍ରାଣୀ ସମ୍ପଦ, ଉଦ୍ୟାନ, ମତ୍ସ୍ୟ, ମୃତ୍ତିକା ସଂରକ୍ଷଣ, ବିଦ୍ୟୁତ୍ ବିଭାଗର ଅଧିକାରୀ ଏବଂ ଜିଲ୍ଲାର ସମସ୍ତ ବିଡ଼ିଓ ଓ ତହସିଲଦାର ପ୍ରମୁଖ ଉପସ୍ଥିତ ଥିଲେ।


