କଟକ ଜିଲ୍ଲା ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ ପକ୍ଷରୁ ସଡ଼କ ସୁରକ୍ଷା ମାସ ପାଳନ

କଟକ, (ଓ୍ବାଇଏନଏସ) : ସଡ଼କ ସୁରକ୍ଷା ମାସ ପାଳନ ଉପଲକ୍ଷେ ଆଜି କଟକ ଜିଲ୍ଲା ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ ପକ୍ଷରୁ ଡ୍ରାଇଭର ମାନଙ୍କ ନିମନ୍ତେ ଏକ ନିଃଶୁଳ୍କ ଚକ୍ଷୁ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲାପାଳ ଶ୍ରୀ ଦତ୍ତାତ୍ରୟ ଭାଉସାହେବ ଶିନ୍ଦେ ଏହି ଶିବିରକୁ ଉଦଘାଟନ କରିଥିଲେ। ଏହି ଶିବିରରେ ବିଶେଷଜ୍ଞ ଡାକ୍ତର ମାନଙ୍କ ଦ୍ୱାରା ବସ ଡ୍ରାଇଭରମାନଙ୍କ ଚକ୍ଷୁ ପରୀକ୍ଷା କରାଯାଇ ମାଗଣାରେ ଚଷମା ଯୋଗାଇ ଦିଆଯାଇଛି। ଆଜି ଗୋଟିଏ ଦିନରେ ୧୬୨ ଜଣଙ୍କର ଚକ୍ଷୁ ପରୀକ୍ଷା କରାଯାଇଛି। ଜିଲ୍ଲାରେ ସଡ଼କ ଦୁର୍ଘଟଣା ରୋକିବାକୁ ବିଭିନ୍ନ କାର୍ଯ୍ୟକ୍ରମ ହାତକୁ ନିଆଯିବା ସହ ସଚେତନତା କାର୍ଯ୍ୟକ୍ରମ ଆୟୋଜନ କରାଯାଉଛି। ଆଜିର ଏହି କାର୍ଯ୍ୟକ୍ରମରେ ଜିଲ୍ଲା ପରିବହନ ଅଧିକାରୀ ଶ୍ରୀ ବିଶ୍ୱଜିତ ଦାସ, ଏମଭିଆଇ ରୁପାଲିନ ବାହୁବଳେନ୍ଦ୍ର ପ୍ରମୁଖ ଉପସ୍ଥିତ ଥିଲେ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ