ଦିବ୍ୟାଙ୍ଗ ଛାତ୍ରଛାତ୍ରୀଙ୍କ ନିମନ୍ତେ ସକ୍ଷମ କେନ୍ଦ୍ର ଉଦଘାଟିତ

ବୁଗୁଡ଼ା,(ଅନୀଲ କୁମାର ମହାରଣା) : ବୁଗୁଡ଼ା ବ୍ଲକ ଅନ୍ତର୍ଗତ ବି.କରଡାବାଡି ଗ୍ରାମସ୍ଥ ପିଏମ ଶ୍ରୀ ସର୍ଦ୍ଦାର ଅନ୍ତର୍ଯ୍ୟାମୀ ଉଚ୍ଚ ବିଦ୍ୟାଳୟରେ ଦିବ୍ୟାଙ୍ଗ ଶିକ୍ଷାର୍ଥୀଙ୍କ ନିମନ୍ତେ ଏକ ସକ୍ଷମ କେନ୍ଦ୍ର ୧୪/୧୦/୨୬ ତାରିଖ ଦିନ ଉଦ୍ଘାଟିତ ହୋଇଯାଇଛି। ବିଦ୍ୟାଳୟର ପ୍ରଧାନ ଶିକ୍ଷୟତ୍ରୀ ସରୋଜିନୀ ହାଁସଦାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ସହକାରୀ ଗୋଷ୍ଟି ଶିକ୍ଷା ଅଧିକାରୀ କୃଷ୍ଣ ଚନ୍ଦ୍ର ବେହେରା ଏବଂ  ସମ୍ମାନିତ ଅତିଥି ଭାବେ ସମାଜସେବୀ ବଂଶୀଧର ନାୟକ , ଏସଏମସି ସଭାନେତ୍ରୀ ରୂପାଲି ସେଠୀ, ଉପସଭାନେତ୍ରୀ ପିଙ୍କି ଗୌଡ଼, ଗୋଷ୍ଠୀ ସମ୍ବଳ ଶିକ୍ଷୟିତ୍ରୀ ସୋନାଲୀ ପଣ୍ଡା ଓ ବରିଷ୍ଠ ଶିକ୍ଷକ ଗଣେଶ ବେହେରା ଯୋଗଦେଇ ଆଗାମୀ ଦିନରେ ଏହି କେନ୍ଦ୍ରରେ ଦିବ୍ୟାଙ୍ଗ ଛାତ୍ର ଓ ଛାତ୍ରୀ ଚିହ୍ନଟି କରଣ, ଆବଶ୍ୟକତା ଅନୁଯାୟୀ ଭୌତିକ ଚିକିତ୍ସା,  ଅଭିଭାବକମାନଙ୍କୁ ଆବଶ୍ୟକ ତାଲିମ ପ୍ରଦାନ ସହିତ ଦିବ୍ୟାଙ୍ଗ ଛାତ୍ରଛାତ୍ରୀଙ୍କୁ ଆବଶ୍ୟକ ମୁତାବକ ସହାୟକ ଉପକରଣ ପ୍ରଦାନ କରାଯିବ ବୋଲି ପ୍ରକାଶ କରିଥିଲେ। ଏହାଦ୍ୱାରା ଦିବ୍ୟାଙ୍ଗ ଛାତ୍ରଛାତ୍ରୀଙ୍କୁ ସମାଜର ମୁଖ୍ୟ ସ୍ରୋତରେ ସାମିଲ କରାଯାଇ ପାରିବ ବୋଲି ଅତିଥି ମାନେ ମତବ୍ୟକ୍ତ କରିଥିଲେ । ଉକ୍ତ କାର୍ଯ୍ୟକ୍ରମରେ ୪୦ ଜଣ ଭିନ୍ନକ୍ଷମ ଛାତ୍ରଛାତ୍ରୀ ଓ ତାଙ୍କ ଅଭିଭାବକ ଯୋଗଦେଇଥିଲେ। କେନ୍ଦ୍ରକୁ ପରିଚାଳନା କରିବା ପାଇଁ ସମ୍ବଳ ଶିକ୍ଷକ ସୁଶାନ୍ତ କୁମାର ଡାକୁଆଙ୍କୁ ଦାୟିତ୍ୱ ପ୍ରଦାନ କରାଯାଇଥିବା ବେଳେ ତାଙ୍କୁ ସହଯୋଗ କରିବା ପାଇଁ ଦଦରାଖୋଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଶିକ୍ଷୟତ୍ରୀ ପୁଷ୍ପଲତା ପରିଡାଙ୍କୁ ନିର୍ଦ୍ଦେଶନାମା ଦିଆଯାଇଛି। ଉକ୍ତ କାର୍ଯ୍ୟକ୍ରମରେ ବିଦ୍ୟାଳୟର ସମସ୍ତ ଶିକ୍ଷକ ଓ ଶିକ୍ଷୟତ୍ରୀ ସହଯୋଗ କରିଥିଲେ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ