ମା ରତ୍ନମାଳୀ ଉଚ୍ଚ ବିଦ୍ୟାଳୟରେ ସଂସ୍କୃତ ସପ୍ତାହ ପାଳିତ
ଆସିକା (ୱାଇଏନ୍ଏସ୍) :ସଂସ୍କୃତ ସବୁ ଭାଷାର ଜନନୀ ଓ ସେହି ଭାଷା ଶହ ଶହ ବର୍ଷ ଧରି ବୈଦିକ ପରମ୍ପରା ଓ ସଂସ୍କୃତିକୁ ବଞ୍ଚାଇ ରଖିଆସିଛି ତେଣୁ ଏହି ସଂସ୍କୃତ ଭାଷାର ପ୍ରସାର ବିନା ମୂଲ୍ୟବୋଧ ଭିତ୍ତିକ ଶିକ୍ଷା ପରିକଳ୍ପନା ଅସମ୍ଭବ ବୋଲି ଆସିକା ବ୍ଳକ ଅନ୍ତର୍ଗତ ହରିଡାପଦର ଗ୍ରାମ ପଞ୍ଚାୟତର ମଣ୍ଟାପଡା ଗ୍ରାମର ମା ରତ୍ନମାଳୀ ଉଚ୍ଚ ବିଦ୍ୟାଳୟର ଅନୁଷ୍ଠିତ ହୋଇଥିବା ବିଶ୍ୱ ସଂସ୍କୃତ ସପ୍ତାହ ପାଳନ କାର୍ଯ୍ୟକ୍ରମରେ ଶିକ୍ଷାନୁଷ୍ଠାନର ପ୍ରଧାନଶିକ୍ଷକ ତାରାପ୍ରସାଦ ମିଶ୍ର ମତବ୍ୟକ୍ତ କରିଥିବା ଲକ୍ଷ୍ୟ କରାଯାଇଛି । ସଂସ୍କୃତ ଶିକ୍ଷାର ପ୍ରସାର ଓ ପ୍ରଚାର ସାଙ୍ଗକୁ ସଂସ୍କୃତ ଶିକ୍ଷା ପ୍ରତି ଛାତ୍ରଛାତ୍ରୀମାନଙ୍କ ମଧ୍ୟରେ ଆଗ୍ରହ ସୃଷ୍ଟି କରିବା ଲକ୍ଷ୍ୟରେ ଓଡିଶା ବିଦ୍ୟାଳୟ ଶିକ୍ଷା କାର୍ଯ୍ୟକ୍ରମ ପ୍ରାଧିକରଣ (ଓସେପା)ର ପରାମର୍ଶକ୍ରମେ ମା ରତ୍ନମାଳୀ ଉଚ୍ଚ ବିଦ୍ୟାଳୟର ସଂସ୍କୃତ ଶିକ୍ଷକ ତଥା ପଣ୍ଡିତ ପାଣ୍ଡବେଶ୍ୱର ଜେନାଙ୍କ ସଂଯୋଜନାରେ ଅନୁଷ୍ଠିତ ହୋଇଥିବା ଏହି ସଂସ୍କୃତ ସପ୍ତାହ ପାଳନ କାର୍ଯ୍ୟକ୍ରମରେ ଶିକ୍ଷାନୁଷ୍ଠାନର ପ୍ରଧାନଶିକ୍ଷକ ତାରାପ୍ରସାଦ ମିଶ୍ର, ସହକାରୀ ଶିକ୍ଷକ ବି.ଚନ୍ଦ୍ରଶେଖର ରେଡି, ଗୋବିନ୍ଦ ପରିଡା, ରଶ୍ମିତା ମହାପାତ୍ର, ପାଣ୍ଡବ ଗୌଡ, ଶଶୀଭୂଷଣ ସାହୁ ପ୍ରମୁଖ ଯୋଗଦେଇ ସଂସ୍କୃôତ ସର୍ବଶ୍ରେଷ୍ଠ ଭାଷା ହୋଇଥିଲା ବେଳେ ସେଥିରେ ଦେଶ, ସମାଜ ଓ ଚରିତ୍ର ଗଠନର ବାର୍ତ୍ତା ରହିଛି । ତେଣୁ ସଂସ୍କୃତ ଓ ସଂସ୍କୃତିର ସୁରକ୍ଷା ସାଙ୍ଗକୁ ବେଦଭାଷା ସଂସ୍କୃତ ଶିକ୍ଷାର ପ୍ରଚାର ଓ ପ୍ରସାର ପାଇଁ ସବୁ କ୍ଷେତ୍ରରେ ପ୍ରୟାସ ହେବା ଆବଶ୍ୟକ ବୋଲି ପ୍ରକାଶ କରିଥିଲେ । ଆସିକା ବ୍ଳକ ଅନ୍ତର୍ଗତ ହରିଡାପଦର ଗ୍ରାମ ପଞ୍ଚାୟତର ମଣ୍ଟାପଡା ଗ୍ରାମର ମା ରତ୍ନମାଳୀ ଉଚ୍ଚ ବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଥିବା ଏହି ସଂସ୍କୃôତ ସପ୍ତାହ ପାଳନ କାର୍ଯ୍ୟକ୍ରମରେ ଶିକ୍ଷାନୁଷ୍ଟାନର ସଂସ୍କୃତ ଶିକ୍ଷକ ପାଣ୍ଡବେଶ୍ୱର ଜେନା ଯୋଗଦେଇ ଛାତ୍ରଛାତ୍ରୀମାନଙ୍କୁ ସଂସ୍କୃôତ ଶିକ୍ଷା ସଂପର୍କରେ ଜ୍ଞାନ ଆହରଣ କରିବା ପାଇଁ ମାର୍ଗଦର୍ଶନ କରିଥିବା ଦେଖିବାକୁ ମିଳିଥିଲା । ଓଡିଶା ବିଦ୍ୟାଳୟ ଶିକ୍ଷା କାର୍ଯ୍ୟକ୍ରମ ପ୍ରାଧିକରଣର ପରାମର୍ଶକ୍ରମେ ମଣ୍ଟାପଡା ଗ୍ରାମ ସ୍ଥିତ ମା ରତ୍ନମାଳୀ ଉଚ୍ଚ ବିଦ୍ୟାଳୟରେ ଅନୁଷ୍ଠିତ ସଂସ୍କୃତ ସପ୍ତାହ ପାଳନ କାର୍ଯ୍ୟକ୍ରମରେ ଶିକ୍ଷାନୁଷ୍ଠାନର ଛାତ୍ରଛାତ୍ରୀମାନଙ୍କୁ ନେଇ ପୂର୍ବରୁ ଅନୁଷ୍ଠିତ ହୋଇଥିବା ସଂସ୍କୃତ ଶ୍ଳୋକ୍ ଏବଂ ସଂସ୍କୃତ ବକ୍ତୃତା ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ବିଦ୍ୟାର୍ଥୀ ସରିତା ପ୍ରଧାନ, ଆଦିତ୍ୟ ପ୍ରଧାନ, ଅଙ୍କିତା ସାହୁ, ଆକାଶ ଜେନା, ବିଷ୍ଣୁପ୍ରିୟା ନାହାକ, ଦୀପକ ଗୌଡ ପ୍ରମୁଖଙ୍କୁ ସମ୍ମାନିତ କରାଯାଇଥିଲା । ଏହି କାର୍ଯ୍ୟକ୍ରମରେ ଶିକ୍ଷାନୁଷ୍ଠାନର ବିଦ୍ୟାର୍ଥୀ କାଳୁଚରଣ ପ୍ରଧାନ, ନନ୍ଦିନୀ ସାହୁ, କାହ୍ନା ନାହାକ, ସ୍ୱପ୍ନା ନାହାକ ପ୍ରମୁଖ ସଂସ୍କୃତ ସପ୍ତାହ ପାଳନର ଲକ୍ଷ୍ୟ, ଆଭିମୁଖ୍ୟ ଓ ତାତ୍ପର୍ଯ୍ୟ ଉପରେ ବକ୍ତବ୍ୟ ରଖିଥିଲେ । ଆସିକା ଗୋଷ୍ଠୀ ଶିକ୍ଷାଧିକାରୀ କାର୍ଯ୍ୟାଳୟ ଅଧୀନସ୍ଥ ମଣ୍ଟାପଡା ସ୍ଥିତ ମା ରତ୍ନମାଳୀ ଉଚ୍ଚ ବିଦ୍ୟାଳୟ ପରିସରରେ ଆୟୋଜିତ ସଂସ୍କୃôତ ସପ୍ତାହ ପାଳନ କାର୍ଯ୍ୟକ୍ରମକୁ ସୁପରିଚାଳନା କରିବା ଦିଗରେ ଶିକ୍ଷାନୁଷ୍ଠାନର କର୍ମଚାରୀ ମହନ୍ତର ସାହୁ, ବୁଲୁ ସେଠୀ, ଶନି ଜେନା ପ୍ରମୁଖ ସହଯୋଗ କରିଥିଲା ବେଳେ ବହୁ ବିଦ୍ୟାର୍ଥୀ ଉପସ୍ଥିତ ଥିବା ଦେଖିବାକୁ ମିଳିଥିଲା ।


