ବିନୋଦିନୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଚାରାରୋପଣ
ପାରଳାଖେମୁଣ୍ଡି, (ତାରିଣୀ ପ୍ରସାଦ ପଣ୍ଡା ): ଗଜପତି ଜିଲ୍ଲାର ବିନୋଦିନୀ ଉଚ୍ଚ ମାଧ୍ଯମିକ ବିଦ୍ୟାଳୟ ପରିସରରେ ଚାରାରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ଉପାନ୍ତ ପ୍ରହରି ପୂର୍ଣ୍ଣଚନ୍ଦ୍ର ମହାପାତ୍ର ଯୋଗଦେଇ ଛାତ୍ରୀଛାତ୍ରଙ୍କୁ ଚାରାରୋପଣର ଉପାଦେୟତା ସମ୍ପର୍କରେ ଅବଗତ କରାଇଥିଲେ। ସମ୍ମାନିତ ଅତିଥ୍ ଭାବେ ବରିଷ୍ଠ ଶିକ୍ଷାବିତ ବିନୋଦ ଚନ୍ଦ୍ର ଜେନା ଓ ବିଚିତ୍ରାନନ୍ଦ ବେବର୍ତ୍ତା ଯୋଗଦେଇଥିଲେ. ଏକାଦଶ ଶ୍ରେଣୀର ସମସ୍ତ ଛାତ୍ରୀଛାତ୍ରଙ୍କୁ ଚାରା ବଣ୍ଟନ କରାଯାଇଥିଲା। ଏହି କାର୍ଯ୍ୟକ୍ରମକୁ ଉଚ୍ଚ ମାଧ୍ଯମିକ ବିଦ୍ୟାଳୟର ଅଧ୍ଯକ୍ଷ ମନୋଜ ପଟ୍ଟନାୟକ ପରିଚାଳନା କରିଥିଲେ। ଶେଷରେ ଯୁବ ରେଡ୍କ୍ରସର ସଂଯୋଜିକା କଳ୍ପନା ପଣ୍ଡା ଧନ୍ୟବାଦ ଅର୍ପଣ କରିଥିଲେ।